ରିପୋର୍ଟର :ସୟଦ ମୁଜିବୁଲା
ସାଲେପୁର (ଆମ ଓଡ଼ିଶା ଖବର )ଆଜିଠାରୁ ଆରମ୍ଭ ହୋଇ ପୂର୍ଣ୍ଣମୀ ଦିନ ଶେଷ ହେବ ଏବଂ ତାପରେ ମୂର୍ତ୍ତି ବିସର୍ଜନ ହାଇ ଛାଡଖାଇ ବସି ପାଣିରେ ବିସର୍ଜନ ହେବ । ଶାସ୍ତ୍ର ମତରେ ମାସ ମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ ।

ଏ ତିନି,କଳିଯୁଗରେ ଅତ୍ୟନ୍ତ ଦୁର୍ଲଭ “ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ “। ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ । କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ କହିଥାନ୍ତି ।ଏହି ପାଞ୍ଚ ଦିନରେ ପ୍ରଭୁ କର୍ତିକେଶ୍ୱର ଙ୍କ ପୂଜା ଆରମ୍ଭ ହୋଇ ପୂର୍ଣ୍ଣମୀ ଦିନ ଶେଷ ହୋଇଥାଏ ।

More Stories
RAYAGADA RAINFALL REPORT: 3-10-2025
ରକ୍ତଦାନ ଶିବିର ଅନୁଷ୍ଠିତ ୪୫ୟୁନିଟ ରକ୍ତ ସଂଗ୍ରହ l
ବାଲିଆ ଜୁନିୟର କଲେଜରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ l