
ରାୟଗଡା ଜିଲ୍ଲା (ଆମ ଓଡିଶା ଖବର):-ଗୁଣୁପୁର ବ୍ଲକ ତା: ୧୫-୦୯-୨୦୨୫ରିଖ ଦିନ ଗୁଣୁପୁର ଉପ ଜିଲ୍ଲାପାଳଙ୍କ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲିପ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୭୫ ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୮ଟି ବ୍ୟକ୍ତିଗତ,୧୯ଟି ସାମୁହିକ ଦରଖାସ୍ତ ଓ ୦୮ଟି ମେଡିକାଲ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସମସ୍ତ ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ରାୟଗଡ ସଦର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଆର ଏନ ପାତ୍ର , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଲଳିତ ମୋହନ ପଟ୍ଟନାୟକ, ଅବକାରୀ ନିରୀକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲିନୁର, ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ, ଉଠାଜଳସେଚନ ନିର୍ବାହୀ ଯନ୍ତ୍ରୀ ଝୁମୁରି ଦଳେଇ, କ୍ଷୁଦ୍ର ଜଳ ସେଚନ ଅନୁଜ ଯନ୍ତ୍ରୀ ଚିନ୍ମୟୀ ମଲ୍ଲିକ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ ବିଭାଗ ସୁନୀଲ କୁମାର ରାଉତ, ଗୁଣପୁର ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ, ଗୁଣପୁର ଅତିରିକ୍ତ ତହସିଲଦାର ଗୟା ଡମ୍ବରୁ ଧର ବେହେରା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ୱସ୍ତିକ ଜମାଦର ଶିବିର ପରିଚାଳନା କରିଥିଲେ ।

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।