ରାୟଗଡା ଜିଲ୍ଲା(ଆମ ଓଡିଶା ଖବର )ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୮.୦୯.୨୦୨୫ ରିଖ ଗୁରୁବାର ଦିନ ଘ. ୧୨.୦୦ମି ରେ ସ୍ଥାନୀୟ ରାୟଗଡା ମହିଳା ମହାବିଦ୍ୟାଳୟ ପରିସରରେ “Safety on Social Media Platform & Cyber laws” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଥାନାର ସାଇବର ଇନ୍ସପେକ୍ଟର ଶ୍ରୀ ଅଭିନାସ ରେଡି, ରାୟଗଡା ବାର ଆସୋସିଏସନର ଓକିଲ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ବିଶ୍ୱନାଥ ଗନ୍ତାୟତ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପାନେଲ ଓକିଲ ଶ୍ରୀ ଦେବରାଜ ନାୟକ, ରାୟଗଡା ମହିଳା ମହାବିଦ୍ୟାଳୟ ର ଅଧ୍ୟକ୍ଷା ଙ୍କ ସମେତ ଛାତ୍ରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ସାଇବର ଥାନାର ଇନ୍ସପେକ୍ଟର ଶ୍ରୀ ଅଭିନାସ ରେଡି ନିଜର ବକ୍ତବ୍ୟରେ କିପରି ନିଜକୁ ସାମାଜିକ ଗଣମାଧ୍ୟମ ରୁ ସୁରକ୍ଷା କରିବା, ସାଇବର ଆଇନ, ଅନଲାଇନ ରୁ କିପରି ଠକାମି ର ଶିକାର ନହେବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ I ସେହିପରି ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଅନଲାଇନ ରେ ଠକାମିର ଶିକାର ହେଲେ ସେମାନଙ୍କ ପାଇଁ ବ୍ୟବସ୍ଥା ଓ ସେମାନଙ୍କ ପାଇଁ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ସାଇବର ଆଇନ ଓ ତାର ସୁରକ୍ଷା ଉପରେ ବିସୃତ ଭାବରେ ଆଲୋଚନା କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟ, ରାୟଗଡା ର ଛାତ୍ରୀ ଓ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି ଇ
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।
More Stories
ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ।
ରାୟଗଡ଼ାରେ ଓରମାସ ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟିତ।
ବିଶ୍ଵ ହାତ ଧୁଆ ଦିବସ ରାୟଗଡା CWS ସହଭାଗୀତାରେ ପାଳିତ।