କୋଦଳା, (ଆମ ଓଡିଶା ଖବର):ଜାତିର ପିତା ପୂଜ୍ୟ ମହାତ୍ମା ଗାନ୍ଧୀଙ୍କ ନୀତି ଆଦର୍ଶ ତଥା ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ୱାନ କ୍ରମେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଅକଟୋବର ଦୁଇ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ କୋଦଳା ଏନ ଏ ସି ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ “ସ୍ୱଛତା ଉତ୍ସବ-2025” ଆୟୋଜିତ ହୋଇଯାଇଛି । ସ୍ୱଚ୍ଛତା ପାଇଁ ଶ୍ରମଦାନ ମୋଦୀଜୀଙ୍କ ଶ୍ରେଷ୍ଠ ପ୍ରୟାସ ମଧ୍ୟରେ ଅନ୍ୟତମ, ଏହି କାର୍ଯ୍ୟକ୍ରମରେ କୋଦଳା ନଗରପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମା ଗାନ୍ଧୀଜୀଙ୍କ ନୀତି ଆଦର୍ଶକୁ ମନେ ପକାଇ ଉପସ୍ଥିତ ସ୍ୱଚ୍ଛ ସାଥି,ସଫେଇ ମିତ୍ର ଏବଂ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଚ୍ଛ ସମ୍ପର୍କିତ ବାର୍ତ୍ତା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ନଗରପାଳଙ୍କ ସମେତ ଉପସ୍ଥିତ ଅତିଥି କୋଦଳାରେ ଅବସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଏନ ଏ ସି ର କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏହି ଉତ୍ସବରେ ସମସ୍ତ ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥି ମାନଙ୍କୁ ପୁରସ୍କୃତ କରିଥିଲେ । ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କୋଦଳା ଏନ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ଚନ୍ଦ୍ର କାନ୍ତ ମାରାଣ୍ଡି, ସମାଜସେବୀ ଅଚ୍ୟୁତ ସାହୁଙ୍କ ସମେତ ବିଭିନ୍ନ ସଫେଇ କର୍ମଚାରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।
ରିପୋର୍ଟ :ଦେବାଶିଷ ମହାରଣା


More Stories
ପୋଷ୍ଟ ଅଫିସ ଛକ “ମୋ ଜଟଣୀ “ପାର୍କରେ ଏକ ମଡେଲ ଶୌଚାଳୟ ନିର୍ମାଣ ପାଇଁ ଶୁଭ ଉଦ୍ଘାଟନ।
କଂଗ୍ରେସ ନେତାଙ୍କ ଭାତୃ ବିୟୋଗ,
କାଲିମେଘି ଠାରୁ ଲୁହାକୋଟ ନବ ନିର୍ମିତି ରାସ୍ତାର ଆୟୁଷ କେତେ ?