ଖୋର୍ଦ୍ଧା (ଆମ ଓଡ଼ିଶା ଖବର )ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମରେ ଆଞ୍ଚଳିକ ପଲ୍ଲୀ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏଥିରେ ଅନୁଷ୍ଠାନ ର ସଭାପତି ବିଜୟ କୁମାର ରାଉତରାୟଙ୍କ ଅଧ୍ୟକ୍ଷତାରେ ଓ ସ୍ଥାନୀୟ ସରପଞ୍ଚ ଅକ୍ଷୟ କୁମାର ରାଉତରାୟ ଙ୍କ ସହଯୋଗ ରେ ମୁଖ୍ୟ ଅତିଥି ଭାବେ ବିଜେଡ଼ି ଦଳର ସାଧାରଣ ସମ୍ପାଦକ ତଥା ବେଗୁନିଆ ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର ସାହୁ , ମୁଖ୍ୟବକ୍ତା ଭାବେ ସମାଜସେବୀ ଭିକାରୀ ସାହୁ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହି ମହୋତ୍ସବ ସଂସ୍କୃତି ଓ ଭାଇଚାରା ର ସମ୍ପର୍କକୁ ଉଜ୍ଜୀବିତ କରିଥାଏ ବୋଲି ମତବ୍ୟକ୍ତ କରିଥିଲେ । ମହୋତ୍ସବ ର ସମ୍ପାଦକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ଜମ୍ବେଶ୍ୱର ମଙ୍ଗରାଜ ମଞ୍ଚ ପରିଚାଳନା କରିଥିଲେ । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
ଖୋର୍ଦ୍ଧା ରୁ ଞାନ ରଞ୍ଜନ ଦାଶ ଙ୍କ ରିପୋର୍ଟ


More Stories
ବାଣିଜ୍ୟରେ 93% ରଖି ବିଦ୍ୟାଳୟ ଟପର ହେଲେ ବାଲୁଗାଁର ଅଞ୍ଚିତା ନାୟକ l
जनकल्याण सोसाइटी की तीसरी जनरल मीटिंग।
జనకళ్యాణ్ సొసైటీ మూడవ సర్వసభ్య సమావేశం.