ଖୋର୍ଦ୍ଧା ଜିଲ୍ଳା ପ୍ରଶାସନ ପକ୍ଷରୁ ଦୀପାବଳୀ (ଦୀୱାଲୀ) ଷ୍ଟଲ୍ ଉଦ୍ଘାଟିତ l

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା (ଆମ ଓଡିଶା ଖବର )ସଦର ମହକୁମା ହାବେଳୀ ପଡିଆଠାରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଜିଲ୍ଲା ପ୍ରଶାସନ, ଓରମାସ, ଖୋର୍ଦ୍ଧା ମିଳିତ ଆନୁକୁଲ୍ୟରେ ପବିତ୍ର ଆଲୋକର ପର୍ବ ଦୀପାବଳୀ -୨୦୨୫ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଜ୍ୟୋତି ଶଙ୍କର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପାବଳୀ (ଦୀୱାଲୀ) ଷ୍ଟଲ କୁ ଉଦ୍ଘାଟନ କରିଛନ୍ତି l ଉକ୍ତ ଦୀପାବଳୀ ଷ୍ଟଲ ରେ ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ଦ୍ଵାରା ଆକର୍ଷଣୀୟ ମୁଖ୍ୟତଃ ଦୀପାବଳୀ ପାଇଁ ବିଭିନ୍ନ ପ୍ରକାରର ମାଟି ନିର୍ମିତ ଦୀପ, ଲଣ୍ଠନ, ଝାଡୁ, ତେଲ ଓ ମହମବତୀ ଇତ୍ୟାଦି ବିକ୍ରି କରାଯାଉଅଛି l ଏହାକୁ ପରିଚାଳନା କରିବା ପାଇଁ ସାଇବାବା ଉତ୍ପାଦକ ଗୋଷ୍ଠୀ, ଗୋଡ଼ିପଡ଼ା, ଖୋର୍ଦ୍ଧାଙ୍କୁ ଦାୟିତ୍ବ ଦିଆଯାଇଅଛି l ଏହି ଷ୍ଟଲ ଟି ଆସନ୍ତା ଦୀପାବଳୀ ପର୍ଯ୍ୟନ୍ତ ଚାଲୁ ରହିବ l ଆଜିର ଏହି ଦୀପାବଳୀ (ଦୀୱାଲୀ) ଷ୍ଟଲ ର ଉଦ୍ଘାଟନୀ ସମୟରେ ଓରମାସ, ଖୋର୍ଦ୍ଧାର ଯୁଗ୍ମ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ନୀଳକଣ୍ଠ ରଥ ଓ ଅନ୍ୟାନ୍ୟ ଅଧିକାରୀ ଏବଂ କର୍ମଚାରୀ ବୃନ୍ଦ ଯୋଗ ଦେଇଥିଲେ l

error: Content is protected !!