
ରାମନାଗୁଡା/ରାୟଗଡ ଜିଲ୍ଲା (ଆମ ଓଡିଶା ଖବର):- ତା.୨୭-୧୦-୨୦୨୫ରିଖ ଦିନ ରାମନାଗୁଡା ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମ୍ୟୁଲ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଅତିରିକ୍ତ ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ପ୍ରଦୀପ୍ତ କୁମାର ସୁବୁଦ୍ଧି, ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୭୭ ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୬୧ ବ୍ୟକ୍ତିଗତ,୧୭ ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ତିନି ଜଣଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଚାଳିଶି ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ସମସ୍ତ ଦରଖାସ୍ତ ପାଇବା ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାହାକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ଜିଲ୍ଲା ପଞ୍ଚାୟତ ଅଧିକାରୀ,ସୂର୍ଯ୍ୟ ନାରାୟଣ ମହାରଣା,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରାମନାଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ରାମନାଗୁଡା ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ l ।

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ।
ନିୟମଗିରିର ଦୁର୍ଗମ ଅଞ୍ଚଳରେ ରାୟଗଡ ଜିଲ୍ଲା ପ୍ରଶାସନ: ଡୋଙ୍ଗରିଆ କନ୍ଧ ସମ୍ପ୍ରଦାୟଙ୍କୁ ଭୋଟର ତାଲିକା ସଂଶୋଧନ ପାଇଁ ଏନ୍ୟୁମେରେସନ ଫର୍ମ ବଣ୍ଟନ ।
ଅବସର ଦିବସରେ ରାୟଗଡ଼ ବିଇଓ ପ୍ରଦାନ କଲେ ଚୂଡାନ୍ତ ପେନସନ, ଶିକ୍ଷକ ସଂଘ ଖୁସ୍।