ଓଡିଶା ସମେତ ୧୬ ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି।

ଗୃହ ମନ୍ତ୍ରାଳୟ, “ଆମ ଓଡ଼ିଶା ଖବର” ଓଡ଼ିଶା ସମେତ ୧୬ ରାଜ୍ୟରେ ହେବ, ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ। ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ। ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ। ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ। ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡ଼ଖଣ୍ଡ, କେରଳ, ମଣିପୁର ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ୍‌, ତେଲେଙ୍ଗାନା, ତ୍ରିପୁରା ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି। ନଭେମ୍ବର ୪ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ। କେନ୍ଦ୍ରର ଚିଠି ପରେ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ୍‌ ରୁମର ନିର୍ଦ୍ଦେଶ।

ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।

error: Content is protected !!