
ରାୟଗଡ଼ ଜିଲ୍ଲା (ଆମ ଓଡିଶା ଖବର):-ତା. ୭/୧୧/୨୫-ରାଷ୍ଟ୍ରୀୟ ସଂଗୀତ ବନ୍ଦେ ମାତରଂ ର ୧୫୦ ବର୍ଷ ପୂର୍ତ୍ତି ପାଳିତ ହୋଇଯାଇଛି l ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ଜିଲସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ବିଶିଷ୍ଟ ଲେଖକ ବଂକିମ ଚନ୍ଦ୍ର ଚଟୋପଧାୟଙ୍କ ରଚିତ ଏହି ରଷ୍ଟ୍ରୀୟ ସଂଗୀତ ସିଧା ପ୍ରସାରଣ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତରେ ସିଧା ପ୍ରସାରଣ କାର୍ଯ୍ୟକ୍ରମ କରାଯାଇଥିଲା l ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲା ସୂଚନା ବିଜ୍ଞାନ କେନ୍ଦ୍ରର ଅଧିକାରୀ ଏନ ଗୁଣ ଶେଖର, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସମାଜ କଲ୍ୟାଣ ବିଭାଗର ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତମା ରାଣୀ ଦାଶ,ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ସୂର୍ଯ୍ୟନାରାୟଣ ମହାରଣା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଭୂମି ଅଧିଗ୍ରହଣ ଅଧିକାରୀ ଶ୍ରୀ ମନ ଭଞ୍ଜନ କହଁର, ଅନ୍ୟାନ୍ୟ ଅଧିକାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଯୋଗଦାନ କରି ସମ୍ମିଳିତ ଭାବରେ ରାଷ୍ଟ୍ରୀୟ ସଂଗୀତ ବନ୍ଦେ ମାତରଂ ଗାନ କରିଥିଲେ l ସ୍ଥାନୀୟ ସେବା ସମାଜ ଅନୁଷ୍ଠାନର କୁନି କଳାକାର ମlନେ ରାଷ୍ଟ୍ରୀୟ ସଂଗୀତ ବନ୍ଦେ ମାତରମ ସୁନ୍ଦର ଭାବରେ ଗାନ କରିଥିଲେ l କଣ୍ଠ ଶିଳ୍ପୀ ତଥା ଶିକ୍ଷକ ପ୍ରଶାନ୍ତ ନାୟକ ମଞ୍ଚ ପରିଚାଳନା କରିଥିଲେ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ ଅନୁଷ୍ଠାନିକ ଭାବରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।