ଜଟଣୀ, “ଆମ ଓଡ଼ିଶା ଖବର” ୦୧ ଡିସେମ୍ବର ଦିନ ବିଶ୍ଵ ଏଡ଼ସ୍ ଦିବସ ଉପଲକ୍ଷେ ଜଟଣୀ ମହାବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ ଭୟାବହତା ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ଆଲୋଚନା ଚକ୍ର ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଡ. ସମ୍ପା ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ବକ୍ତା ଜଟଣୀ ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନର ଅଧ୍ୟାପିକା ଡ. ସସ୍ମିତା ପଣ୍ଡା ମହୋଦୟା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ର କାରଣ ଓ ନିରାକରଣ ସହ ବିଶ୍ବ ଏଡ଼ସ୍ ଦିବସର ପ୍ରସଙ୍ଗ ‘ବିଘ୍ନ ଦୂର କରିବା ଏଡ଼ସ୍ ପ୍ରତିକ୍ରିୟାକୁ ରୂପାନ୍ତରିତ କରିବା’ ସମ୍ପର୍କରେ ଉଦ୍ବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ୟୁଥ ରେଡ଼କ୍ରସର କାଉଁସିଲର ଅଧ୍ୟାପିକା ପରିମିତା ପ୍ରହରାଜ ସ୍ବାଗତ ଭାଷଣ ଦେଇଥିବା ବେଳେ ଅନ୍ୟତମ କାଉଁସିଲର ଅଧ୍ୟାପକ ଡ. ଆଲୋକ କୁମାର ଛୋଟରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅଧ୍ୟାପିକା ଡ. ପୁଷ୍ପଲତା ସେଠୀ, ପ୍ରାଧ୍ୟାପକ ଡ. ପ୍ରଶାନ୍ତ କୁମାର ପାଣିଗ୍ରାହୀ ଏବଂ ଅଧ୍ୟାପକ ଡ. ତପନ ମିଶ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।


More Stories
ଶ୍ରୀ ଚୈତନ୍ଯ ରିସର୍ଚ ଆସୋସିଏସନ ମକର ସଙ୍କ୍ରାନ୍ତି ପାଳିବା ସହିତ, ଗ୍ରନ୍ଥ ଲୋକାର୍ପଣ କଲେ।
କୁଖ୍ୟାତ ଡକାୟତ ନିରଞ୍ଜନ ସ୍ୱାଇଁକୁ ଧରିଲା ଧଉଳି ପୋଲିସ।
ସର୍ବଭାରତୀୟ ଓପନ କୋରାଟେରେ ମହମ୍ମଦ ଓକିଲଙ୍କ ସର୍ଣ୍ଣ ପଦକ ହାସଲ।