ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୦୪.୦୧.୨୦୨୬ ରିଖ ସ୍ଥାନୀୟ ଡି.ଏଫ୍.ଓ ଅଫିସ ପରିସରଠାରୁ ମା ମଝିଘରିଆଣୀ ମନ୍ଦିର ପର୍ଯ୍ୟନ୍ତ ଏକ ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବନ ଅଧିକାରୀ ଓ ବନ ବିଭାଗର ରେଞ୍ଜର, ସମସ୍ତ କର୍ମଚାରୀ, ଜିଲ୍ଲା ଅବକାରୀ ବିଭାଗର ଅଧିକ୍ଷକ, କର୍ମଚାରୀ, ଜିଲ୍ଲାର ବିଭିନ୍ନ କଲେଜର ଛାତ୍ର ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ପରିବେଶ କୁ କିପରି ସଫା ରଖିବା ସହିତ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା I ସେହି ଉପଲକ୍ଷେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ପରିବେଶ ସୁରକ୍ଷା ଉପରେ ବୁଝାଇଥିଲେ ତା ସହିତ “ଜୀବ ମାନଙ୍କ ପାଇଁ ପରିବେଶର ଆବଶ୍ୟକତା, ଏହାର ବ୍ୟବହାର ଏବଂ ସୁରକ୍ଷା” ଉପରେ ନିଜ ର ଅଭିଭାଷଣ ରେ ବ୍ୟକ୍ତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଛାତ୍ରଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିବେଶ ସଚେତନତା କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ …
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।