
ରାୟଗଡ ଜିଲ୍ଲା (ଆମ ଓଡିଶା ଖବର )ତା:- ୦୫.୧.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୭୦ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୮ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କ ମଧ୍ୟରୁ ୫ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଏକ ଲକ୍ଷ ୧୦ ହଜାର ଟଙ୍କା ଏବଂ ତିନିଜଣକୁ ଜିଲ୍ଲା ରେଡକ୍ରସ ଫଣ୍ଡରୁ ୨୫ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ।
ନିୟମଗିରିର ଦୁର୍ଗମ ଅଞ୍ଚଳରେ ରାୟଗଡ ଜିଲ୍ଲା ପ୍ରଶାସନ: ଡୋଙ୍ଗରିଆ କନ୍ଧ ସମ୍ପ୍ରଦାୟଙ୍କୁ ଭୋଟର ତାଲିକା ସଂଶୋଧନ ପାଇଁ ଏନ୍ୟୁମେରେସନ ଫର୍ମ ବଣ୍ଟନ ।
ଅବସର ଦିବସରେ ରାୟଗଡ଼ ବିଇଓ ପ୍ରଦାନ କଲେ ଚୂଡାନ୍ତ ପେନସନ, ଶିକ୍ଷକ ସଂଘ ଖୁସ୍।