
କାଶୀପୁର /ରାୟଗଡ ଜିଲ୍ଲା (ଆମ ଓଡିଶା ଖବର)ତା:-/୧୬-୨-୨୦୨୬ : ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ ନିହାର ରଞ୍ଜନ କଁହରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l
ଆଜି ମୋଟ ୧୫୩ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୭୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ
୭୮ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l
ଏହି ଅଭିଯୋଗ ଶିବିରରେ
ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।
।


More Stories
ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ।
ନିୟମଗିରିର ଦୁର୍ଗମ ଅଞ୍ଚଳରେ ରାୟଗଡ ଜିଲ୍ଲା ପ୍ରଶାସନ: ଡୋଙ୍ଗରିଆ କନ୍ଧ ସମ୍ପ୍ରଦାୟଙ୍କୁ ଭୋଟର ତାଲିକା ସଂଶୋଧନ ପାଇଁ ଏନ୍ୟୁମେରେସନ ଫର୍ମ ବଣ୍ଟନ ।
ଅବସର ଦିବସରେ ରାୟଗଡ଼ ବିଇଓ ପ୍ରଦାନ କଲେ ଚୂଡାନ୍ତ ପେନସନ, ଶିକ୍ଷକ ସଂଘ ଖୁସ୍।