ଯୁକ୍ତ ତିନି ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା l

କୋଦଳା, (ଆମ ଓଡିଶା ଖବର):କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ବିଭାଗ ତରଫରୁ ଯୁକ୍ତ ତିନି ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ନିମନ୍ତେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ପାଳନ କରାଯାଇଅଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀଙ୍କ ନିମନ୍ତେ ଉଦବୋଧନ ଦେଇ ସେମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ । ଓଡ଼ିଆ ବିଭାଗୀୟ ମୁଖ୍ୟ ଶ୍ରୀମତୀ ରଞ୍ଜୁବାଳା ନନ୍ଦ ବିଦାୟୀ ଛାତ୍ରଛାତ୍ରୀଙ୍କୁ ନିଜର ଲକ୍ଷ୍ୟ ରେ ବ୍ରତୀ ହେବା ପାଇଁ କହିଥିଲେ ।ଓଡ଼ିଆ ଅଧ୍ୟାପକ ଶ୍ରୀ ସାଗର ଚାନ୍ଦ ପାତ୍ର ଯୁକ୍ତ ତିନି ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ସହ ବିତାଇଥିବା ଅନୁଭୂତି କହିଥିଲେ l ଅଧ୍ୟାପିକା ଡକ୍ଟର ଜ୍ୟୋତ୍ସ୍ନାରାଣୀ ସାହୁ ବିଦାୟୀ ଛାତ୍ର ଛାତ୍ରୀଙ୍କୁ ଶୃଙ୍ଖଳିତ ଜୀବନ ଯାପନ ପାଇଁ କହିଥିଲେ l ତୃତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ନିଜ ନିଜର ତିନି ବର୍ଷର ଅଭିଜ୍ଞତା ବର୍ଣ୍ଣନା କରିଥିଲେ।ପ୍ରାରମ୍ଭିକ ଓ ସମାପନ ସଂଗୀତ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଛାତ୍ର ଆକାଶ ଖୁଣ୍ଟିଆ ଗାନ କରିଥିଲେ lପରିଶେଷରେ ଉପସ୍ଥିତ ଅତିଥି ମାନଙ୍କୁ ବିଭାଗୀୟ ମୁଖ୍ୟ ଶ୍ରୀମତୀ ରଞ୍ଜୁବ।ଳ। ନନ୍ଦ ଧନ୍ୟବାଦ ଅର୍ପଣ କରିବା ସହ ସଭାସାଙ୍ଗ କରଯାଇଥିଲା।

ରିପୋର୍ଟ :ଦେବାଶିଷ ମହାରଣା

error: Content is protected !!