ରାୟଗଡା ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ।

ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା ୧୩.୦୫.୨୦୨୬ ରିଖ ବୁଧୁବାର ଅପରାହ୍ନ ୫.୦୦ ସମୟରେ ସ୍ଥାନୀୟ କୁମଟେଲପେଣ୍ଠା ଗ୍ରାମ ପଞ୍ଚାୟତ ପରିସରରେ ଜାତୀୟ ଆଇନ ସେବା ପ୍ରାଧିକରଣର ଟୋଲଫ୍ରି ନମ୍ବର, ଅନଲାଇନ ଠିକଣା ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ପ୍ରଦାନ କରାଯାଉଥିବା ବିଭିନ୍ନ ସହାୟତା ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I

ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀ ଚନ୍ଦନ ହରେନ୍ଦ୍ର ନାଥ, ଶ୍ରୀ କିଶୋର କୁମାର ସାହୁ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ସୁକାନ୍ତ ଦାସ, କୁମଟେଲପେଣ୍ଠା ଗ୍ରାମ ପଞ୍ଚାୟତ ର ସରପଞ୍ଚ, ପି.ଇ.ଓ, ସମିତି ସଭ୍ୟ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଜାତୀୟ ଆଇନ ସେବା ପ୍ରାଧିକରଣର ଟୋଲଫ୍ରି ନମ୍ବର, ଅନଲାଇନ ରେ କେମିତି ନିଜର ଅଭିଯୋଗ ଦାଖଲ କରିବା ତାହା ଜନସାଧାରଣ ଙ୍କୁ ଜଣାଇଥିଲେ ଓ ବିଭିନ୍ନ ଅସୁବିଧା ସମୟରେ ଏହାର ସୁବିଧା ନେବା ପାଇଁ କହିଥିଲେ I

ସେହିପରି ଉପସ୍ଥିତ ଥିବା ଅନ୍ୟ ଆଇନଜୀବି ନିଜର ବକ୍ତବ୍ୟରେ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ I କାର୍ଯ୍ୟକ୍ରମ ପରିଶେଷରେ ଏକ ଖୋଲା ଆଲୋଚନାରେ ଉପସ୍ଥିତ ଅତିଥିମାନେ ଅଂଶଗ୍ରହଣକାରୀ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ I ପରିଶେଷରେ ଶ୍ରୀ ସୁକାନ୍ତ ଦାସ ଉପସ୍ଥିତ ଅତିଥିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହିତ ନିଜର ବକ୍ତବ୍ୟରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇଁ ସମସ୍ତ ଜନସାଧାରଣ ମାନଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ କୁମଟେଲପେଣ୍ଠା ଗ୍ରାମ ପଞ୍ଚାୟତ ର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ
ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।

error: Content is protected !!