
ରାୟଗଡ / ଚନ୍ଦ୍ରପୁର ତା :-୨୫.୦୫.୨୦୨୬
ରାୟଗଡ ଜିଲ୍ଲା (ଆମ ଓଡିଶା ଖବର )ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ, ବନ ବିଭାଗ ଅଧିକାରୀ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ତହସିଲଦାର ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୧୫ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ସ୍ୱାସ୍ଥ୍ୟଗତ ୨ ଟି ଦରଖାସ୍ତ ଗ୍ରହଣ କରି ଦୁଇ ଜଣଙ୍କୁ ୪୦,୦୦୦ ଟଙ୍କାର ଆର୍ଥିକ ସାହାଯ୍ଯ ଦେଇ ଥିଲେ । ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲା କୃଷି ଅଧିକାରୀ, ଅତିରିକ୍ତ ଯୋଗାଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ବୁଡ଼ାଗୁଡ଼ା ଗ୍ରାମ ପଡ଼ିଆ ଠାରେ ଜିତୁ ଓ ନରେଶ ମେମୋରିଆଲ କ୍ରିକେଟ ନୋକ୍ଆଉଟ୍ ଟୁର୍ଣ୍ଣାମେଣ୍ଟ ଶୁଭ ଉଦ୍ଘାଟନ , ଜିଲୁଣ୍ଡା ଟିମ୍ ହେଲେ ବିଜୟୀ।
ODISHA VIGILANCE ARRESTS CO-OPERATIVE OFFICIAL IN RS.75 LAKH FRAUD.
ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା–୨୦୨୬ ପାଇଁ ଜିଲ୍ଲାସ୍ତରୀୟ ପୂର୍ବ ପ୍ରସ୍ତୁତି ବୈଠକ।