ପକ୍ଷାଘାତ ରୋଗୀଙ୍କୁ ବାନ୍ଧି ଦେଲା ବିଷଧର ସାପ । ଦୀର୍ଘ ଦୁଇ ଘଣ୍ଟା ଧରି ବାନ୍ଧି ଧରିଥିଲା।

ହରଭଙ୍ଗା: “ଆମ ଓଡିଶା ଖବର” ହରଭଙ୍ଗା ବ୍ଲକ ଅନ୍ତର୍ଗତ ଆଡେଣିଗଡ଼ ଗାଁର ଘଟଣା। କୃଷ୍ଣ ଚନ୍ଦ୍ର ସାହୁ ନାମକ ଜଣେ ପକ୍ଷାଘାତ ରୋଗୀ। ଗତକାଲି ବିଳମ୍ବିତ ରାତିରେ ସେ ଘରେ ଶୋଇଥିବା ବେଳେ ଘରର ଝରକା ଖୋଲା ଥିଲା। ଏହି ସମୟରେ ଝରକା ଦେଇ ଏକ ବିଷଧର ସାପ ଘର ଭିତରକୁ ପଶି ଆସିଥିଲା ଏବଂ ଶୋଇଥିବା କୃଷ୍ଣଙ୍କ ଶରୀର ଉପରକୁ ଚଢ଼ି ଯାଇଥିଲା। କୃଷ୍ଣ ଯେତେବେଳେ ଏହା ଜାଣିବାକୁ ପାଇଲେ, ସେତେବେଳେ ସେ ହଠାତ୍ ଉଠି ପାରିନଥିଲେ କି କାହାକୁ ଡାକି ପାରିନଥିଲେ। କାରଣ ସେ ପକ୍ଷାଘାତ ରୋଗରେ ପୀଡ଼ିତ ଥିବାରୁ ତାଙ୍କ ଶରୀରର ଗୋଟିଏ ପାର୍ଶ୍ୱ ସମ୍ପୂର୍ଣ୍ଣ ଅଚଳ ରହିଛି। ​କିଛି ସମୟ ପରେ କୃଷ୍ଣ ଉଠିବା ପାଇଁ ଚେଷ୍ଟା କରିଥିଲେ, କିନ୍ତୁ ସେତେବେଳକୁ ସାପଟି କୃଷ୍ଣଙ୍କ ହାତକୁ ଏକ ଚେୟାର ସହ ଜୋରରେ ଗୁଡ଼ାଇ ବାନ୍ଧି ସାରିଥିଲା। ପରେ କୃଷ୍ଣଙ୍କ ବିକଳ ପାଟି ଶୁଣି ଯେତେବେଳେ ପରିବାର ଲୋକେ ଏହା ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହେବା ସହ ଭୟଭୀତ ହୋଇପଡ଼ିଥିଲେ।
ଶେଷରେ ପରିବାର ଲୋକଙ୍କ ପ୍ରାୟ ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସାପ କବଳରୁ କୃଷ୍ଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା। ପରେ ସାପଟିକୁ ଘର ବାହାରକୁ ଚାଲିଯାଇଥିଲା। ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।

error: Content is protected !!