ନିରାକାରପୁର(ଆମ ଓଡ଼ିଶା ଖବର )ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରାଜ୍ୟ ସରକାର ଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ଙ୍କ ପ୍ରୟାସ ଉଦ୍ଦେଶ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜିକା ଶ୍ରୀମୟୀ ମିଶ୍ର ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ,କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବାକୁ ସମସ୍ତଙ୍କୁ ଆହ୍ଵାନ କରିଥିଲେ। ମୁଖ୍ୟତଃ କୃଷି ବିଭାଗ, ମତ୍ସ୍ୟ , ପଶୁପାଳନ ବିଭାଗ ଓ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ମହିଳାମାନେ ଆତ୍ମା ନିର୍ଭରଶୀଳ ହୋଇ ନିଜ ଗୋଡ଼ରେ ନିଜେ ଛିଡା ହେବାକୁ ବର୍ତ୍ତମାନ ସଫଳ ହୋଇ ପାରିଛନ୍ତି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଡିଓ ରେସ୍ମା ଟେଟେ, ବ୍ଲକ ଅଧ୍ୟକ୍ଷା ରିସ୍ନା ମାନ୍ଧାତା, ଜିଲ୍ଲା ପ୍ରକଳ୍ପ ପ୍ରବନ୍ଧକ ବିବେକ ବେହୁରା, ଟାଙ୍ଗୀ ବ୍ଲକ ପ୍ରକଳ୍ପ ପ୍ରବନ୍ଧକ ପ୍ରକାଶ କୁମାର ବଳିଆରସିଂହ, ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ କୈଳାସ ଚନ୍ଦ୍ର ପାତ୍ର, ବରିଷ୍ଠ ନେତା ବିପିନ କୁମାର ଜୟସିଂହ, ୧୨ ନଂ ଜିଲ୍ଲା ପରିଷଦ ସଭ୍ୟ ବିଜୟ କୁମାର ପାଲଟାସିଂହ, ସମାଜସେବୀ ଶୁଭମ ଦାଶ ,ନିରାକାରପୁର ସରପଂଚ କାଦମ୍ବିନୀ ବେହେରା, ସମିତି ସଭ୍ୟ। ଲୋପାମୁଦ୍ରା ଦାଶ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରବୀନ୍ଦ୍ର କୁମାର ରାଉତରାୟ, ବରିଷ୍ଠ ନାଗରିକ ରାମକୃଷ୍ଣ ପଟ୍ଟନାୟକ ଓ କୃଷି ଅଧିକାରୀ ସଞ୍ଜୀପ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ସମସ୍ତ ଯୋଜନା ସମ୍ପର୍କରେ ଉପସ୍ଥିତ ଲୋକମାନଙ୍କୁ ସଚେତନ କରିଥିଲେ। ଏହି ଅବସରରେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ମାନେ ନିଜେ ପ୍ରସ୍ତୁତ କରିଥିବା ବିଭିନ୍ନ ଖାଦ୍ୟ ପଦାର୍ଥ ଓ ସାମଗ୍ରୀକୁ ପ୍ରଦର୍ଶନ କରିଥିଲେ। ଏହି ସଭାରେ ଏକ ହଜାରରୁ ଅଧିକ ମହିଳା ଯୋଗଦାନ କରିଥିବାର ଜଣାପଡିଛି।
ଖୋର୍ଦ୍ଧା ରୁ ଞାନ ରଞ୍ଜନ ଦାଶ ଙ୍କ ରିପୋର୍ଟ


More Stories
Odisha Vigilance catches an employee of Angul district in embezzlement of Rs 2.38 crore, searches have been launched at 5 locations.
ଜାତୀୟ ସ୍ତରୀୟ ବଡ଼ି ବିଲଡିଂ ପ୍ରତିଯୋଗିତାରେ ସଫଳତା ପାଇଲେ ଓମ ପ୍ରସାଦ
ନିଶିଗନ୍ଧା ଭାଷା ଓ ସାହିତ୍ୟ ସଂସଦ ପକ୍ଷରୁ କବିତା ପାଠୋତ୍ସବ।