ଗଞ୍ଜାମ (ଆମ ଓଡ଼ିଶା ଖବର ) ଆସିକା ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ବରୀୟ ବିଶ୍ବବିଦ୍ୟାଳୟ ସ୍ଥାନୀୟ ସେବା କେନ୍ଦ୍ର ଶାନ୍ତି ଶକ୍ତି ଭବନର ରେ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜିତ ହୋଇଯାଇଛି l ସେବା କେନ୍ଦ୍ର ସଞ୍ଚାଳିକା ରାଜଯୋଗିନୀ ବ୍ରହ୍ମାକୁମାରୀ ପ୍ରଭାତୀ ଭଉଣୀଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ ଆସିକା ସୁଗାର ଇଣ୍ଡଷ୍ଟ୍ରୀର ପରିଚାଳନା ନିର୍ଦ୍ଦେଶକ ଡା ସୁଶାନ୍ତ ପଣ୍ଡା, ଆସ୍କା ମେଡିକାଲର ସୁପରିଣ୍ଟେଣ୍ଡେଣ୍ଟ ଡା. ବାଳ ଗୋପାଳ ବେହେରା,ବାଲିସିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବି ପି ଏମ ସାଗରିକା ମିଶ୍ର ଓ ବ୍ରହ୍ମପୁର ମେଡିକାଲ କଲେଜ ବ୍ଲଡ୍ ବ୍ୟାଙ୍କ୍ ର ଡା.ମନୋଜ ଟୁଡୁ l ବ୍ରହ୍ମପୁର ମେଡିକାଲ କଲେଜ ବ୍ଲଡ୍ ବ୍ୟାଙ୍କ୍ ଦ୍ଵାରା ପରିଚାଳିତ ଏହି କାର୍ଯ୍ୟକ୍ରମ ରେ ଈଶ୍ୱରୀୟ ବିଶ୍ଵ ବିଦ୍ୟାଳୟର ସମସ୍ତ ଭଉଣୀ ଭାଇ ସହଯୋଗ କରିଥିଲେ l ଶିବିରରେ ମୋଟ 52 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା
ଗଞାମ ଜିଲ୍ଲା ଆସିକା ରୁ ରଞ୍ଜନ କୁମାର ରାଉତ ଙ୍କ ରିପୋର୍ଟ ଆମ ଓଡିଶା ଖବର
More Stories
ବାଲିପଦର ଡ଼ିଗ୍ରୀ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର ଶୁଭାରମ୍ଭ l
ବି.ନୁଆଁଗାଁରେ ସୃଷ୍ଟି ପବ୍ଲିକ ସ୍କୁଲ ଉଦଘାଟିତ
ସାରୁବନ୍ଧର ପୁନଃରୁଦ୍ଧାର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ