ରାୟଗଡା(ଆମ ଓଡିଶା ଖବର )/୪/୦୨/୨୫ : ରାୟଗଡା ଜିଲ୍ଳାରେ ଆଉଜଣେ ନୂତନ ଅତିରିକ୍ତ ଜିଲ୍ଳାପାଳ ଭାବେ ଶ୍ରୀ ନବୀନ ଚନ୍ଦ୍ର ନାୟକ , ଓ. ପ୍ର. ସେ(ବ. ପ୍ର. ପା )ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ନିହାର ରଞ୍ଜନ କହଁର ଦୁଇଟି ଦାୟିତ୍ୱ ତୁଲାଉଥିଲେ l ନୂତନ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ଯୋଗଦାନ ପରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ନlୟକଙ୍କୁ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ସ୍ୱାଗତ କରିଥିଲେ । ଶ୍ରୀ ନାୟକ ଏଥି ପୂର୍ବରୁ ନବରଙ୍ଗପୁର ଜିଲ୍ଳାରେ ଅତିରିକ୍ତ ଜିଲ୍ଲାପାଳ ଭାବେ ପାଖାପାଖି ଏକବର୍ଷ ଛଅ ମାସ ଧରି ନିଜ ଦାୟିତ୍ୱ ସୂଚାରୁ ରୂପେ ତୁଲାଇଥିଲେ । ବର୍ତମାନ ରାୟଗଡା ଜିଲ୍ଳାର ଅତିରିକ୍ତ ଜିଲ୍ଳାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଳାର ବିକାଶରେ ଓ ପ୍ରଶାସନିକ କ୍ଷେତ୍ରରେ ଆବଶ୍ୟକ ସମସ୍ତ ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବେ ବୋଲି ଶ୍ରୀ ନାୟକ ପ୍ରକାଶ କରିଛନ୍ତି ।
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର.


More Stories
Odisha Vigilance catches an employee of Angul district in embezzlement of Rs 2.38 crore, searches have been launched at 5 locations.
ଜାତୀୟ ସ୍ତରୀୟ ବଡ଼ି ବିଲଡିଂ ପ୍ରତିଯୋଗିତାରେ ସଫଳତା ପାଇଲେ ଓମ ପ୍ରସାଦ
ନିଶିଗନ୍ଧା ଭାଷା ଓ ସାହିତ୍ୟ ସଂସଦ ପକ୍ଷରୁ କବିତା ପାଠୋତ୍ସବ।