ରାୟଗଡ (ଆମ ଓଡିଶା ଖବର )ଚନ୍ଦ୍ରପୁର ୧0/0୨/୨୦୨୫-ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ ଖେମୁଣ୍ଡୁ,
, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ପଂଚାୟତ ସମିତି ଅଧ୍ୟକ୍ଷ, ଶ୍ରୀ କୋୟାନ କିମ୍ଵାକା,ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଆଶିଷ କୁମାର ପ୍ରଧାନ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୩୩ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୪ଜଣକୁ ସ୍ୱାସ୍ଥ୍ୟ ଗତ ଚିକିତ୍ସା ନିମନ୍ତେ ୨୫ହଜlର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଥିଲେ l ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ବ୍ୟାଟେରୀ ଚlଳିତ ଗାଡ଼ି ପ୍ରଧାନ କରିଥିଲେ l ଆଜିର ଏହି ଅଭିଯୋଗ ଶିବିରରେ ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟ ଗତ ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ
ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।