ରାୟଗଡ଼ା (ଆମ ଓଡ଼ିଶା ଖାବର )ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୨.୦୨.୨୦୨୫ ରିଖ ବୁଧୁବାର ଦିନ ସକାଳ ଘ.୧୧.୦୦ମି ରେ ସ୍ଥାନୀୟ ପିତାମହଲ ରେ ଥିବା ର ଟ୍ରେନିଙ୍ଗ ହଲ୍ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ଓ ଜିଲ୍ଲା ପ୍ରଶାସନ ର ସହଯୋଗ କ୍ରମେ “କର୍ମକ୍ଷେତ୍ରରେ ହେଉଥିବା ମହିଳାମାନଙ୍କର ଯୌନ ନିର୍ଯ୍ୟାତନ ସୁରକ୍ଷା ଆଇନ” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଓକିଲ ଶ୍ରୀ କିଶୋର କୁମାର ସାହୁ, ଦେବରାଜ ନାଏକ ଓ ରାୟଗଡା ଜିଲ୍ଲା ର ଓ.ଏଲ୍.ଏମ୍ ର ଡି.ପି.ଏମ୍ ଶ୍ରୀ ଶଙ୍କର ଚାଲାନ ଓ ଜିଲ୍ଲା କୋଡିନେଟର କମ୍ କାଉନସିଲର (ପି.ସି.ଆଇ ଇଣ୍ଡିଆ) ବାସନ୍ତୀ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ I ଏଥିସହିତ ଓ. ଏଲ୍.ଏମ୍ ର ଅନେକ ପ୍ରେରଣା ଦିଦି (ମହିଳା) ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ ସେହି ଆଇନର ସଂଶ୍ଲିଷ୍ଟ ଆଇନ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ଏଥିସହିତ ମହିଳାମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଲେ ସେମାନଙ୍କ ପାଇ ନ୍ୟାୟିକ ବ୍ୟବସ୍ଥା ଓ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ଏଥିସହିତ ମହିଳା ସଶକ୍ତିକରଣ ଉପରେ ଥିବା ବିଭିନ୍ନ ଆକ୍ଟ ଉପରେ ଆଲୋକପାତ କରିଥିଲେ I ପରିଶେଷରେ ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ଥିବା ବିଭିନ୍ନ ଜଜମେଣ୍ଟ ଉପରେ ଅଶଗ୍ରହଣକାରୀମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଓ.ଏଲ୍.ଏମ୍ ର ପ୍ରେରଣା ଦିଦି(ମହିଳା) ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।