ରାୟଗଡ଼ (ଆମ ଓଡ଼ିଶା ଖାବର )ଏଥିରେ ବ୍ଲକ ର ବିଭିନ୍ନ ଗ୍ରାମର 452 ଜଣ ଭିନ୍ନକ୍ଷମ ନାମ ପଞ୍ଜିକରଣ କରିଥିଲେ। ରାୟଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଥିବା ବିଶେଷଜ୍ଞ ଡାକ୍ତର ଦଳ ଭିନ୍ନକ୍ଷମଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଏଥିରେ 16 ଜଣ ଦୃଷ୍ଟିଶକ୍ତି ବାଧିତ,28 ଜଣ କର୍ଣ୍ଣ, ନାସା ଓ ଗଳ। ଶକ୍ତି ବାଧିତ, 66 ଜଣ ଶାରୀରିକ ବାଧିତ, 21 ଜଣ ମାନସିକ ଭିନ୍ନକ୍ଷମ, 16 ଜଣ ସିପି, ଓ 12 ଜଣ ରକ୍ତ ହୀନତା ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହି ଅବସରରେ 4 ଜଣଙ୍କୁ ଚକ ଲଗା ଚଉକି, 2 ଜଣଙ୍କୁ ସିପି ଚଉକି, 1 ଜଣଙ୍କୁ ଆଶା ବାଡି, 10 ଜଣଙ୍କୁ ତିନି ଚକିଆ ସାଇକେଲ ଓ 5 ଜଣଙ୍କୁ ଧଳା ବାଡି ପ୍ରଦାନ କରାଗଲା। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁ ଚରଣ ନାୟକଙ୍କ ତତ୍ତ୍ଵାବଧାନରେ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା, ଉପାଧ୍ୟକ୍ଷ ଶ୍ରୀ. ହରପ୍ରସାଦ ହେପୃକା, ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସନ୍ଧ୍ୟା ପୁଲାକା, ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ବୃନ୍ଦ, ଭାର ପ୍ରାପ୍ତ ଉପଜିଲ୍ଲାପାଳ ରାୟଗଡ଼ ସୁଶ୍ରୀ ପ୍ରଜ୍ଞା ପାରମିତା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପୁଷ୍ପଲତା ଦୀକ୍ଷିତ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହି, ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ରଞ୍ଜିତା ବେହେରା, ପି ଏ ଶ୍ରୀକାନ୍ତ ପେଦିନା, କନିଷ୍ଠ ସହାୟକ ସମୀର ପଦକା, ଅମରେନ୍ଦ୍ର ନାଥ ସମ୍ପାଦକ, ରାୟଗଡ଼ା ଭିନ୍ନକ୍ଷମ ମହାସଂଘ, ଜଳନ୍ଧର ବାଚେଲୀ ସମ୍ପାଦକ ଓଡ଼ିଶା ବିକଳାଙ୍ଗ ମଞ୍ଚ, ରାୟଗଡ଼ ଏବଂ ଅନ୍ୟାନ୍ୟ ବ୍ଲକ ଓ ଗ୍ରାମ ପଞ୍ଚାୟତ କର୍ମଚାରୀମାନେ ସହଯୋଗ କରିଥିଲେ।
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମେ ଓଡିଶା ଖବର
More Stories
ନିୟମଗିରି ରୁ”ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳପିଏମ ଜନମନ ସହ ସମ୍ୱନ୍ୱିତ ଲକ୍ଷ୍ୟ ହାସଲ ନେଇ ଏକ ଅନନ୍ୟ ପ୍ରୟାସ I
ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ।
ରାୟଗଡ଼ାରେ ଓରମାସ ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟିତ।