କୋଲନରା (ଆମ ଓଡିଶା ଖବର )ବ୍ଲକ କାର୍ଯ୍ୟାଳୟର ସଦ ଭାବନା ସଭାଗୃହ ରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅନୁପସ୍ଥିତି ରେ ରାୟଗଡା ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ଉପ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ, ଡିଏଫଓ ଆନ୍ନା ସାହେବ ଓହୋଲେ, ସିଡିଏମଓ ଲାଲ ମୋହନ ରାଉତରାୟ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। କୋଲନରା ବିଡ଼ିଓ ରୀନା ପ୍ରଧାନଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୪୩ ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୨୭ ଟି ସାମୁହିକ ଓ ୧୬ ଟି ବ୍ୟକ୍ତିଗତ ଥିବା ଜଣା ପଡ଼ିଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ।
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର.
More Stories
ନିୟମଗିରି ରୁ”ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳପିଏମ ଜନମନ ସହ ସମ୍ୱନ୍ୱିତ ଲକ୍ଷ୍ୟ ହାସଲ ନେଇ ଏକ ଅନନ୍ୟ ପ୍ରୟାସ I
ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ।
ରାୟଗଡ଼ାରେ ଓରମାସ ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟିତ।