ଆସିକା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ନିଷ୍କ୍ରମଣ ଉତ୍ସବ l

ଗଞ୍ଜାମ:(ଆମ ଓଡିଶା ଖବର)ଆସିକା,ତା ୬.୩.୨୫ ରିଖ ଅଦ୍ଯ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂପାଦକ ପ୍ରସନ୍ନ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ଃ ବିନୋଦ ଚନ୍ଦ୍ର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢିତୋଳିବା ପାଇଁ ପରାମର୍ଶ ଦେଇଥିଲେ।

ପ୍ରଧାନ ଆଚାର୍ଯ୍ୟ ସୁନୀଲ କୁମାର ଗୌଡ ପରିଚୟ ପ୍ରଦାନ ଓ କାର୍ଯ୍ୟକ୍ରମର ଉଦେଶ୍ୟ ଜ୍ଞାପନ କରିଥିବା ବେଳେ ଯୁଗ୍ମ ସଂପାଦକ ପି. ନାଗେଶ୍ଵର ପାତ୍ର, କୋଷାଧ୍ୟକ୍ଷ କେ . ଦୁର୍ଗା ପ୍ରସାଦ ଆଚାରୀ, ସରସ୍ୱତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ରନାଥ ସାବତ, ଶାରୀରିକ ଅଧ୍ଯାପକ ସ୍ୱଦେଶ କୁମାର ଦଳାଇ ପ୍ରମୁଖ ଛାତ୍ର ଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଆଚାର୍ଯ୍ୟ ଦାଶରଥି ମହାପାତ୍ର ସଂଯୋଜନା କରିଥିଲାବେଳେ ଜଟାଧାରୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଦଶମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ଓ ଆଚାର୍ଯ୍ୟ ଆଚାର୍ଯ୍ୟା ଉପସ୍ଥିତ ଥିଲେ।

ଗଞ୍ଜାମ ଜିଲ୍ଲା ପ୍ରତିନିଧି ରଞ୍ଜନ କୁମାର ରାଉତ ଙ୍କ ରିପୋର୍ଟ

error: Content is protected !!