ରିପୋର୍ଟ :ଦେବାଶିଷ ମହାରଣା
ବେଗୁନିଆପଡ଼ା, (ଆମ ଓଡିଶା ଖବର):ବେଗୁନିଆପଡା ଆଞ୍ଚଳିକ ସଂଘର ସଭାପତି ପବିତ୍ର ରାଉତଙ୍କ ମାତା ଅନ୍ନପୂର୍ଣ୍ଣା ରାଉତଙ୍କ 77 ବର୍ଷ ବୟସରେ ପରଲୋକ ହୋଇଯାଇଛି ।ବୟସାଧିକ କାରଣରୁ ସେ ଗତ କିଛିଦିନ ହେଲା ଅସୁସ୍ଥ ଥିଲେ । ସେ ଜଣେ ଧର୍ମପରାୟଣା, ମେଳାପୀ ତଥା ମିଷ୍ଟଭାସି ମହିଳା ଥିଲେ । ଶେଷ ସମୟରେ ପୁଅ, ବୋହୂ, ଝିଅ, ଜ୍ବାଇଁ, ନାତି ନାତୁଣୀ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ ।


More Stories
ବିକାଶ ପରିଷଦ ଶିଶୁ ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ l
ଶ୍ରୀଚୈତନ୍ଯ ରିସର୍ଚ ଆସୋସିଏସନ ପକ୍ଷରୁ ଆଲୋଚନାଚକ୍ର।
ବାର୍ଷିକପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ l