ଗୁଡାରି (ଆମ ଓଡିଶା ଖବର )ରାୟଗଡ:- ତା. ୧୫-୦୪-୨୦୨୫ରିଖ ଦିନ ଗୁଡାରି ବ୍ଲକ କାର୍ଯ୍ୟାଳୟର ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ନିର୍ଦେଶରେ ରାୟଗଡା ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ସିଡିଏମଓ ପ୍ରଫୁଲ୍ଲ କୁମାର ପାଢ଼ୀ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ବିଡ଼ିଓ ସୁଚିସ୍ମିତା ବେହେରାଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୧୭ ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୦୧ଟି ସାମୁହିକ ଓ ୧୬ ଟି ବ୍ୟକ୍ତିଗତ ଥିବା ଜଣା ପଡ଼ିଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ।
ଏହି ଅଭିଯୋଗ ଶିବିରରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ପ୍ରାଣିଧନ ଚିକତ୍ସା ଅଧିକାରୀ ଡାକ୍ତର ଦେବରାଜ ନାୟକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଦାମୋଦର ପାଣିଗ୍ରାହୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବଶଙ୍କର ଚୌଧୁରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ ଲାଲ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅମୂଲ୍ୟ ଚିନ୍ନାର, ଅଭିଯୋଗ ଶୁଣାଣୀ ଅଧିକାରୀ ସସ୍ମିତା ପଟ୍ଟନାୟକ, ଉପ ନିର୍ଦ୍ଦେଶକ, ସୂଚନା ଓ ଲୋକ ସମ୍ପର୍କ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ତହସିଲଦାର ଗୁଡ଼ାରୀ ସୁଶ୍ରୀ ଆଦିଲା ସ୍ନେହା ଅନ୍ୟାନ୍ୟ ଅଧିକାରୀ ଆଦି ଯୋଗଦାନ କରି ଅଭିଯୋଗ ମାନ ଶୁଣାଣୀ କରିଥିଲେ ଲ
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର।


More Stories
କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ …
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।