ରିପୋର୍ଟ :ଦେବାଶିଷ ମହାରଣା
କୋଦଳା, (ଆମ ଓଡିଶା ଖବର): କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ରାଜନୀତି ବିଭାଗୀୟ ଯୁକ୍ତ ତିନି ତୃତୀୟ ବର୍ଷ ଛାତ୍ରଛତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପାଳନ କରାଯାଇଅଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଅଧ୍ୟକ୍ଷତା କରିଥିଲେ। ଛାତ୍ରଛାତ୍ରୀଙ୍କ ନିମନ୍ତେ ଉଦବୋଧନ ଦେଇ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ। ବିଭାଗୀୟ ଅଧ୍ୟାପିକା ଶ୍ରୀମତି ତପସ୍ଵିନୀ କରଣ ଓ ଅଧ୍ୟାପକ ଶ୍ରୀଯୁକ୍ତ ଲିପୁନ ମାଝୀ ଛାତ୍ରଛତ୍ରୀଙ୍କୁ ଉଚ୍ଚତର ଶିକ୍ଷା ନିମନ୍ତେ ପ୍ରେରଣା ଯୋଗାଇଥିଲେ। ତୃତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ନିଜର ତିନି ବର୍ଷର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପରିଶେଷରେ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀ ମନିଷା ସେଠୀ ଧନ୍ୟବାଦ ଅର୍ପଣ କରିବା ସହ ସଭାସାଙ୍ଗ କରଯାଇଥିଲା।


More Stories
ପୋଷ୍ଟ ଅଫିସ ଛକ “ମୋ ଜଟଣୀ “ପାର୍କରେ ଏକ ମଡେଲ ଶୌଚାଳୟ ନିର୍ମାଣ ପାଇଁ ଶୁଭ ଉଦ୍ଘାଟନ।
କଂଗ୍ରେସ ନେତାଙ୍କ ଭାତୃ ବିୟୋଗ,
କାଲିମେଘି ଠାରୁ ଲୁହାକୋଟ ନବ ନିର୍ମିତି ରାସ୍ତାର ଆୟୁଷ କେତେ ?