ରାୟଗଡା (ଆମ ଓଡିଶା ଖବର )ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୨୪.୦୪.୨୦୨୫ ରିଖ ଶୁକ୍ରୁବାର ସମୟ ଘ.୧୦.୦୦ମି ସମୟ ରେ ସ୍ଥାନୀୟ ବାରିଝୋଲା ୟୁ.ପି ସ୍କୁଲ ପରିସରରେ ଅନୁସୂଚିତ ଜାତି ର ଲୋକ ମାନଙ୍କ ପାଇ ଥିବା ଆଟ୍ରୋସିଟି ଆକ୍ଟ ସହିତ ପୋସ ଆକ୍ଟ ଉପରେ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ସାମୁଏଲ ତାଣ୍ଡି, ଦେବରାଜ ନାୟକ, ବାରିଝୋଲା ଗ୍ରାମର ସରପଞ୍ଛ, ନାଏବ ସରପଞ୍ଛ ଓ ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଅନୁସୂଚିତ ଜାତି ର ଲୋକ ମାନଙ୍କ ପାଇ ଥିବା ଆଟ୍ରୋସିଟି ଆକ୍ଟ ସହିତ ବାଲ୍ୟ ବିବାହ, ଶିଶୁ ଶ୍ରମିକ ଓ ଅନ୍ଧବିଶ୍ୱାସ ଏହା ସହିତ ବିଭିନ୍ନ ପ୍ରକାର ଆଇନ ଉପରେ ବିସୃତ ଭାବରେ ଅଂଶଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ କିପରି ଯୌନ ନିର୍ଯ୍ୟାତନା ସୀକାର ନହୁଅନ୍ତି ସେଥିପାଇ ସେମାନେ କମ୍ପ୍ଲେନ କମିଟିର ସହଯୋଗ ନେବାକଥା ସେ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ପରିଶେଷରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଜନସାଧାରଣ ମାନଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।
More Stories
ବିକାଶ ମେଳା ୨୦୨୫ ଉପଲକ୍ଷେ ଗଣ ଦୌଡ଼ ଅନୁଷ୍ଠିତ।
” ମାନବତା”
ବନ୍ୟା ଆଶ୍ରୟସ୍ଥଳୀରେ ବିପର୍ଯ୍ୟୟ ପରିଚାଳନା ମକ୍ ଡ୍ରିଲ।