ଦୀଘା ଜଗନ୍ନାଥ ମନ୍ଦିର ବିବାଦ ନେଇ ଗଜପତି ମହାରାଜାଙ୍କ ଚିଠି
ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ। ଏନେଇ ଚିଠି ଲେଖିଲେ ଗଜପତି, ଦୀଘା ମନ୍ଦିର ଟ୍ରଷ୍ଟିରେ ଇସ୍କନ ପ୍ରତିନିଧି ରହିଥିବାରୁ ପ୍ରଶ୍ନ ଉଠାଇଲେ। ଏଥିସହ ନୂଆ ମନ୍ଦିରରେ ସେବା ପୂଜା କରୁଥିବା କଥା ମଧ୍ଯ ଲେଖିଲେ। ଗୋବର୍ଦ୍ଧନ ପୀଠ ଓ ଜୋତିର୍ମଠ ଶଙ୍କରାଚାର୍ଯ୍ୟ ସ୍ପଷ୍ଟ କରି ସାରିଛନ୍ତି, ପୁରୀ ହେଉଛି ଜଗନ୍ନାଥ ଧାମ, ଅନ୍ୟ କୌଣସି ସ୍ଥାନ ଜଗନ୍ନାଥ ଧାମ ନୁହେଁ। ମୁକ୍ତି ମଣ୍ଡପ ପଣ୍ଡିତ ସଭା ମଧ୍ୟ ଶାସ୍ତ୍ରମୋଦିତ ତଥ୍ୟ ଦେଇ ସାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଏପରି ସ୍ଥିତିରେ ଦୀଘା ଜଗନ୍ନାଥ ମନ୍ଦିର ଟ୍ରଷ୍ଟରେ ଇସ୍କନ ପ୍ରତିନିଧି ଅଛନ୍ତି। ତେଣୁ ଆପଣଙ୍କ ପ୍ରତିନିଧିଙ୍କୁ ‘ଧାମ’ ଶବ୍ଦ ବ୍ୟବହାର ନ କରିବାକୁ ବୁଝାନ୍ତୁ କହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଖୋର୍ଦ୍ଧା, ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ ଆମ ଓଡିଶା ଖବର।


More Stories
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ରେଞ୍ଜ୍ର ଅଧିକାରୀ ସୁକୁମାର ଦୁଖୁ।
ଜଳସେଚନ ଯନ୍ତ୍ରୀଙ୍କ ୮ପ୍ଲଟ୍, ୧.୭ କୋଟିର ଜମା।
Odisha Vigilance raids at 6 locations of Additional Chief Engineer Shri Rajesh Chandra Mohanty.