ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )କାଶୀପୁର /ରାୟଗଡ/୧୩-୦୫-୨୦୨୫: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ
ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଡାକ୍ତର ମମତା ସାହୁ, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୪୩ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l
ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର।


More Stories
କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ …
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।