ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )କାଶୀପୁର /ରାୟଗଡ/୧୩-୦୫-୨୦୨୫: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ
ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଡାକ୍ତର ମମତା ସାହୁ, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୪୩ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l
ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର।


More Stories
ଶିଶୁ ସୂରକ୍ଷା ଓ ବାଲ୍ୟ ବିବାହ ମୁକ୍ତ ଗ୍ରାମ ପଞ୍ଚାୟତ ସମ୍ପର୍କିତ ତାଲିମ ଅନୁଷ୍ଠିତ।
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ।
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ।