ରିପୋର୍ଟର -ବସନ୍ତ କୁମାର ଜେନା
ସୁନ୍ଦରଗଡ଼(ଆମ ଓଡ଼ିଶା ଖବର )ସ୍ଥାନୀୟ ସଦଭାବନା ଭବନ ଠାରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ପରାଗ ଗଭାଲି ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଯୋଗ ଦେଇ ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଆଦି ର ଶୁଣାଣି କରିଥିଲେ।
ଆଜି ମୋଟ ୨୧୩ ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୧୭୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୩୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨୧ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୪୦ ଗୋଟି ଆବେଦନ ରହିଥିଲାବେଳେ
ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା କାମ, ପାନୀୟ ଜଳ ସମସ୍ୟା, ଭତ୍ତା, ଆବାସ ଯୋଜନା ଆଦି ପ୍ରମୁଖ ରହିଥିଲା।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୁଃଖବନ୍ଧୁ ନାୟକ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
More Stories
RAYAGADA RAINFALL REPORT: 3-10-2025
ରକ୍ତଦାନ ଶିବିର ଅନୁଷ୍ଠିତ ୪୫ୟୁନିଟ ରକ୍ତ ସଂଗ୍ରହ l
ବାଲିଆ ଜୁନିୟର କଲେଜରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ l