ରାୟଗଡ ଜିଲ୍ଲା (ଆମ ଓଡିଶା ଖବର )ତା:୦୪-୦୬-୨୦୨୫ରିଖ- ବିଭିନ୍ନ ନୀଶା ଦ୍ରବ୍ୟ ତଥା ମାଦକ ଦ୍ରବ୍ୟ ବ୍ୟବର ଜନିତ କୁପରିଣାମ ବିଷୟରେ ଜନ ସଚେତନତା ନିମନ୍ତେ ଓଡିଶା ରାଜ୍ୟ
ଅବକାରୀ ବିଭାଗର ନିର୍ଦେଶ କ୍ରମେ ଆଜି ଏକ ରଥକୁ ରାୟଗଡ ଜିଲ୍ଲାପାଳ ପାରୁଲ ପଟାୱରୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ରାୟଗଡ ଜିଲ୍ଲାର ସମସ୍ତ ବ୍ଲକର ସମସ୍ତ ଗ୍ରାମ ପଂଚାୟତ ଗସ୍ତ କରି ଆଜିଠାରୁ ୧୦ଦିନ ଧରି ଲୋକଙ୍କୁ ସଚେତନ କରିବ l ଆଜିର ଏହି ଉଦଘାଟନ କାର୍ଯ୍ୟକ୍ରମରେ ଅବକାରୀ ଅଧିକ୍ଷକ ଶ୍ରୀ ସନ୍ତୋଷ କୁମାର ଧଳ ସାମନ୍ତ,ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ରାଜକିଶୋର ବେହେରା,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାମ ନାହାକ,ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଅବକାରୀ ବିଭାଗର ସମସ୍ତ ଅଧିକାରୀ, ସମସ୍ତ କର୍ମଚାରୀ, ସ୍ବେଛାସେବୀ ଆଦି ଯୋଗଦାନ କରିଥିଲେ l
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ


More Stories
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।
ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ “କୁମ୍ଭୀର ସଂରକ୍ଷଣର ସୁବର୍ଣ୍ଣ ଜୟନ୍ତୀ” ବିଷୟରେ ପାଠଚକ୍ର ଅନୁଷ୍ଠିତ।