ରାୟଗଡ ଜିଲ୍ଲା (ଆମ ଓଡିଶା ଖବର)/କୋଲନାରା, ତା: ୦୯.୦୬.୨୦୨୫ରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଅତିରିକ୍ତ ଆରକ୍ଷୀ ଅଧିକାରୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ
ମମତା ସାହୁ ଏବଂ ପ୍ରକଳ୍ପ ପ୍ରଶାସକ ଆଇ ଟି ଡିଏ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୨୧ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୫ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ସେମାନଙ୍କୁ ୩୮ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ । ଆଜି
ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ


More Stories
ODISHA VIGILANCE ARRESTS CO-OPERATIVE OFFICIAL IN RS.75 LAKH FRAUD.
ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା–୨୦୨୬ ପାଇଁ ଜିଲ୍ଲାସ୍ତରୀୟ ପୂର୍ବ ପ୍ରସ୍ତୁତି ବୈଠକ।
ଓସଡ଼ାମା ମୁଖ୍ୟ ପରିଚାଳକଙ୍କ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ।