ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )କଲ୍ୟାଣସିଂହପୁର- ୧୭/୬(ନିପ୍ର) ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟା ଙ୍କ ସାନ ପୁଅ ବେଲଧର କୌଶଲ୍ୟା (୧୫)(ନିକିତ) ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ଗତ ରାତ୍ରରେ ପରିବାର ଲୋକେ ଖାଇ ସୋଇଥିବା ବେଳେ ବିଳମ୍ବିତ ରାତ୍ରରେ ଏକ ବିଷ ଧର ସାପ ବେଲଧରର ପେଟରେ ଚଟ ମାରିଦେଇଥିଲା।ତାକୁ ଛାତି ବ୍ୟଥାହେବାରୁ ସଙ୍ଗେ ସଙ୍ଗେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ଏଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦେଇଥିଲେ ସେହିଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।ଏହି ଖବର ପୁଲିସ ଜାଣି ଏସ ଆଇ ହେମନ୍ତ କୁମାର ବରିହା ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ଅପମୃତ ମାମଲା ରୁଜୁ କରିବା ପରେ ଶବ ବ୍ୟବଛେଦ କରି ପରିବାରକୁ ହସ୍ତାନ୍ତର କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ସକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।
ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ “କୁମ୍ଭୀର ସଂରକ୍ଷଣର ସୁବର୍ଣ୍ଣ ଜୟନ୍ତୀ” ବିଷୟରେ ପାଠଚକ୍ର ଅନୁଷ୍ଠିତ।