ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )କଲ୍ୟାଣସିଂହପୁର- ୧୭/୬(ନିପ୍ର) ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟା ଙ୍କ ସାନ ପୁଅ ବେଲଧର କୌଶଲ୍ୟା (୧୫)(ନିକିତ) ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ଗତ ରାତ୍ରରେ ପରିବାର ଲୋକେ ଖାଇ ସୋଇଥିବା ବେଳେ ବିଳମ୍ବିତ ରାତ୍ରରେ ଏକ ବିଷ ଧର ସାପ ବେଲଧରର ପେଟରେ ଚଟ ମାରିଦେଇଥିଲା।ତାକୁ ଛାତି ବ୍ୟଥାହେବାରୁ ସଙ୍ଗେ ସଙ୍ଗେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ଏଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦେଇଥିଲେ ସେହିଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।ଏହି ଖବର ପୁଲିସ ଜାଣି ଏସ ଆଇ ହେମନ୍ତ କୁମାର ବରିହା ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ଅପମୃତ ମାମଲା ରୁଜୁ କରିବା ପରେ ଶବ ବ୍ୟବଛେଦ କରି ପରିବାରକୁ ହସ୍ତାନ୍ତର କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ସକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।
More Stories
ନିୟମଗିରି ରୁ”ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳପିଏମ ଜନମନ ସହ ସମ୍ୱନ୍ୱିତ ଲକ୍ଷ୍ୟ ହାସଲ ନେଇ ଏକ ଅନନ୍ୟ ପ୍ରୟାସ I
ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ।
ରାୟଗଡ଼ାରେ ଓରମାସ ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟିତ।