ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆ ଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା ୧୯.୦୬.୨୦୨୫ ରିଖ ଗୁରୁବାର ସକାଳ ୧୨.୦୦ ସମୟରେ ସ୍ଥାନୀୟ ଗୌଡଖିଲମ ଗ୍ରାମ ପରିସରରେ ଥିବା ଅଙ୍ଗନୱାଡି କେନ୍ଦ୍ରରେ ମୌଳିକ କର୍ତ୍ତବ୍ୟ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡ ବାର ଆସୋସିଏସନର ଆଇନଜୀବି ଦେବରାଜ ନାୟକ, ତାଡମା ଗ୍ରାମ ପଞ୍ଚାୟତର ର ସମିତି ସଭ୍ୟ, ଗୌଡଖିଲମ ଗ୍ରାମ ର ଶିକ୍ଷକ ଓ ଗ୍ରାମବାସୀ ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ନାଗରିକ ମାନଙ୍କର ମୌଳିକ କର୍ତ୍ତବ୍ୟ ଉପରେ ଗ୍ରାମବାସୀ ମାନଙ୍କୁ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ I ପରିଶେଷରେ ନିଜର ବକ୍ତବ୍ୟରେ ବିଭିନ୍ନ ପ୍ରକାର ଆଇନ ଯଥା: ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଅନ୍ଧ ବିଶ୍ୱାସ ଉପରେ ମଧ୍ୟ ଗ୍ରାମବାସୀ ମାନଙ୍କୁ ସଚେତନ କରିଥିଲେ I ସେହିପରି ଉପସ୍ଥିତ ଥିବା ଆଇନଜୀବି ଦେବରାଜ ନାୟକ ନିଜର ବକ୍ତବ୍ୟରେ ଉପସ୍ଥିତ ଅତିଥିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହିତ ନିଜର ବକ୍ତବ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ବିଷୟରେ ସମସ୍ତ ଜନସାଧାରଣ ମାନଙ୍କୁ ଅବଗତ କରାଇଥିଲେ I କାର୍ଯ୍ୟକ୍ରମ ପରିଶେଷରେ ଏକ ଖୋଲା ଆଲୋଚନାରେ ଉପସ୍ଥିତ ଅତିଥିମାନେ ଅଂଶଗ୍ରହଣକାରୀ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗୌଡଖିଲମ ଗ୍ରାମ ର ଗ୍ରାମବାସୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।
ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ “କୁମ୍ଭୀର ସଂରକ୍ଷଣର ସୁବର୍ଣ୍ଣ ଜୟନ୍ତୀ” ବିଷୟରେ ପାଠଚକ୍ର ଅନୁଷ୍ଠିତ।