ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜୁଲାଇ ମାସର ପ୍ରଥମ ସପ୍ତାହ ଅର୍ଥାତ୍ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଅଦ୍ୟ ତା-୦୫.୦୭.୨୦୨୫ ରିଖ ସ୍ଥାନୀୟ ସେଣ୍ଟ ଜାଭିୟର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଦାୟିତ୍ୱରେ ଥିବା ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ ଙ୍କ ପୌରହିତ୍ୟରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ତତ୍ବାବଧାନରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି I ଏହି କାର୍ଯ୍ୟକ୍ରମରେ ପରିବାର ଅଦାଲତର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ଉପଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀମତି ବର୍ଷା ଦାସ, ଜିଲ୍ଲା ବନବିଭାଗର ଏସ୍.ସି.ଏଫ୍ ଶ୍ରୀ ଅଶୋକ କୁମାର ପ୍ରଧାନ, ବନ ବିଭାଗର ରେଞ୍ଜର, ସମସ୍ତ କର୍ମଚାରୀ, ଜିଲ୍ଲାର ଶାରୀରିକ ଖେଳ ଅଧିକାରି ହରିହର ପାତ୍ର, ରାୟଗଡା ବାର ଆସୋସିଏସନର ଆଇନଜୀବି ଦେବରାଜ ନାୟକ, କିଶୋର କୁମାର ସାହୁ, ଭାରତୀ ତ୍ରିପାଠୀ, ଜଳନ୍ଧର କୁଳଦୀପ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ପାରାଲିଗାଲ ଭଲ୍ୟୁଣ୍ଟର, ସେଣ୍ଟ ଜାଭିୟର ଉଚ୍ଚ ବିଦ୍ୟାଳୟ ର ଅଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କିସମର ଚାରାରୋପଣ କରିଥିଲେ I ସର୍ବୋପରି ବନ ବିଭାଗର ସହଭାଗୀତା, ଉପସ୍ଥିତ ଥିବା ସମସ୍ତ ଛାତ୍ରଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।