
ରାୟଗଡା ଜିଲ୍ଲା(ଆମ ଓଡିଶା ଖବରI) ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା ୦୭.୦୭.୨୦୨୫ ରିଖ ସୋମବାର ଅପରାହ୍ନ ୩.୦୦ ସମୟରେ ସ୍ଥାନୀୟ ରାୟଗଡା ଜି.ସି.ଡି(ଜିଲ୍ଲା) ହାଇସ୍କୁଲ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ ବୃକ୍ଷରୋପଣ କରାଯିବା ସହିତ “J.J.(CPC) Act and Right to Compulsory Education Act” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ଦେବରାଜ ନାୟକ, ଭାରତୀ ତ୍ରିପାଠି, ରାୟଗଡା ଜି.ସି.ଡି (ଜିଲ୍ଲା) ହାଇସ୍କୁଲ ର ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ସମେତ ଅନ୍ୟ ଶିକ୍ଷକ ଓ ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ J.J.(CPC) Act and Right to Compulsory Education Act” ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇଁ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ପରିଶେଷରେ ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ NALSA ର ବିଭିନ୍ନ ଯୋଜନା ଉପରେ ଉପସ୍ଥିତ ଥିବା ଅଂଶଗ୍ରହଣକାରୀମାନଙ୍କୁ ବିସୃତ ଭାବରେ ସଚେତନ କରିଥିଲେ I ପରିଶେଷରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ତତ୍ବାବଧାନରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି I ସର୍ବୋପରି ଏହି କାର୍ଯ୍ୟକ୍ରମରେ ରାୟଗଡା ଜି.ସି.ଡି(ଜିଲ୍ଲା) ହାଇସ୍କୁଲ ର ଛାତ୍ର ଛାତ୍ରୀ ଓ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I
More Stories
ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ସ୍ତରୀୟ ବୈଠକ ଅନୁଷ୍ଠିତ।
ବିଶ୍ୱ ଯୁବ ଦକ୍ଷତା ଦିବସ ‘୨୦୨୫ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ରେ ଅନୁଷ୍ଠିତ।
ରାୟଗଡ଼ା ସ୍ଵୟଂଶାସିତ ମହାବଦ୍ୟାଳୟ ରେ ବନ ମହୋତ୍ସବ ପାଳିତ।