
ରାୟଗଡ ଜିଲ୍ଲା (ଆମ ଓଡିଶା ଖବର):- ତା ୧୫. ୦୭. ୨୦୨୫ ରିଖରେ ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ବିଶ୍ୱ ଯୁବ ଦକ୍ଷତା ଦିବସ-୨୦୨୫ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ଛାତ୍ର ଛାତ୍ରୀଙ୍କ ସହିତ ଜିଲ୍ଲାର ୧୦ ଗୋଟି ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ ରୁଥିବା ପ୍ରାୟ ୨୦୦ ଜଣ ଛାତ୍ର ଛାତ୍ରୀ ଯୋଗ ଦାନ କରିଥିଲେ l
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାମ ଚନ୍ଦ୍ର ନାହାକ , ସମ୍ମାନିତ ଅତିଥି ଶ୍ରୀଯୁକ୍ତ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ରାୟଗଡା ଏବଂ ଶ୍ରୀଯୁକ୍ତ ବିଜୟ କୁମାର ସାହୁ, ଜି. ଏମ, ଜିଲ୍ଲା ଶିଳ୍ପ କେନ୍ଦ୍ର, ରାୟଗଡା, ମୁଖ୍ୟ ବକ୍ତାଭାବରେ ଯୋଗ ଦାନ କରିଥିଲେ l ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନୟ କୁମାର ବସନ୍ତରାୟ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥି ମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ| ମୁଖ୍ୟ ଅତିଥି ଶ୍ରୀ ନାହାକ ଛାତ୍ର ଛାତ୍ରୀ ମାନଂକୁ ଦକ୍ଷ ହୋଇ ସ୍ବରୋଜଗାର କ୍ଷମ ହେବା ସହିତ କୁଶଳୀ ହେବା ପାଇଁ ପରାମର୍ଶ ଦେଇଥିଲେ I ମୁଖ୍ୟ ବକ୍ତା ଶ୍ରୀ ସାହୁ ବୈଷୟିକ ଶିକ୍ଷା ଏବଂ ଏହାର ଉପାଦେୟତା ଉପରେ ଆଲୋକପାତ କରିଥିଲେ, ଅନ୍ୟ ଅତିଥି ବୃନ୍ଦ ସେମାନଙ୍କର ମୂଲ୍ୟବାନ ଅଭିଭାଷଣ ପ୍ରଦାନ କରିଥିଲେ ।
ଅନୁଷ୍ଟାନର ଟ୍ରେଡ଼ ଭିତିକ ଦକ୍ଷତା ପ୍ରଦର୍ଶନୀକୁ ସମସ୍ତ ଅତିଥି ଏବଂ ଛାତ୍ରଛାତ୍ରୀ ବୁଲି ଦେଖିଥିଲେ, l ମୁଖ୍ୟ ଅତିଥି ଙ୍କ ଦ୍ୱାରା ରୋଲ ମଡେଲ ସୁଶ୍ରୀ ରାନୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା, ସର୍ବ ଶେଷ ରେ ଅନୁଷ୍ଠାନ ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା,
ତାଲିମ ଅଧିକାରୀ ଶ୍ରୀଯୁକ୍ତ ନିଶିକାନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶ୍ରୀ ସନ୍ତୋଷ କୁମାର ସାହୁ ସଭା କାର୍ଯ୍ୟ ପରିଚାଳନା କରିଥିଲେ I



More Stories
କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ …
ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ମିଲ୍ ସି.ଏସ.ଆର) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ।
ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ।