( ବିୟୁରୋ ରିପୋର୍ଟ )
ଚାନ୍ଦପୁର ଥାନା ଅଧିନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲ ରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି 3 ଜଣ ଜୁଆଡୀ ଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି , 6 ଟି ମୋଟର ସାଇକେଲ , 3 ଟି ମୋବାଇଲ ଏବଂ ନଗଦ 35 ହଜାର 670 ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।

ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ ବୟସ , ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ନିରୀକ୍ଷକ ଜଗଦୀଶ କର ସୂଚନା ଦେଇଛନ୍ତି ।


More Stories
Odisha Vigilance raids at 6 locations of Additional Chief Engineer Shri Rajesh Chandra Mohanty.
The auditor of the Director of Education’s office was arrested by vigilance
The Odisha Vigilance has arrested the Assistant Director of Bhubaneswar OREDA while accepting a bribe of Rs 10,000.