5T ଉପକ୍ରମ ରେ
ଏକ ମଡେଲ ସ୍କୁଲ ଭାବରେ ଗଢାହେବ
ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ. 5T ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ସାଚନ ସଚିବ ଶ୍ରୀ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ.

। ସମସ୍ତଙ୍କର ମତାମତ ନେଇଥିଲେ । ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି .
ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ କୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲ!!


More Stories
Vigilance raid at the house of Assistant Engineer Pramod Roy.
ହର୍ଲିକ୍ସ ପିଉଥିଲେ ଏବେଠାରୁ ସାବଧାନ।
ଶ୍ରୀଗୌର ଜୟନ୍ତୀ ଏବଂ ବୈସ୍ନବାନନ୍ଦ ସରସ୍ଵତୀ”ଙ୍କ ଜୀବନୀ ପୂସ୍ତକ ତ୍ରୟ ଉନ୍ମୋଚିତ ଓ ଲୋକାର୍ପଣ ।