ବାଲିଗୁଡ଼ାରୁ ଫିଲିପ କୁମାର ଦିଗାଲ ଙ୍କ ରିପୋର୍ଟ
ଆଜି ସାରା ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ଏଥିରେ ଉତ୍ସବ ପାଳନ କମିଟିର ସଭାପତି ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଚଳିତ ବର୍ଷ ବିଭିନ୍ନ ଶିକ୍ଷାନୁଷ୍ଠାନର ସମୁଦାୟ ୩୦ଟି ଦଳ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ । ଏହାପରେ ସ୍ବାଧୀନତା ଦିବସ ପାଳନ ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏଥିସହିତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମଧ୍ୟ ଅନେକଙ୍କୁ ପୁରସ୍କୃତ କରାଯାଇଥିଲା । ସମ୍ମାନୀତ ଅତିଥି ଭାବେ ବାଲିଗୁଡ଼ା ଏସଡିପିଓ ୟସ୍ ପ୍ରତାପ ଶ୍ରୀମଲ୍, ସାଂସଦ ପ୍ରତିନିଧି ଟୁନା ଦାସ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।


More Stories
Forester of Bandhbahal, arrested by Odisha Vigilance for accepting Rs 5,000 bribe.
ଦିନ ଦିପହରେ ଜାତୀୟ ରାଜପଥରେ ରାହାଜାନୀ ଓ ମରଣତ୍ମକ ଆକ୍ରମଣ l
ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କୁ ୪୦୦ ମିଟର ରାସ୍ତା କାର୍ଯ୍ୟ ନିମ୍ନ ମାନର l