ବାଲିଗୁଡ଼ାରୁ ଫିଲିପ କୁମାର ଦିଗାଲ
ବାଲିଗୁଡ଼ା: (ଆମ ଓଡ଼ିଶା ଖବର )ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ବୁଡାଗୁଡ଼ା ଛକ ନିକଟରେ । ଘଟଣା ପ୍ରକାରେ ଗତକାଲି ରାତ୍ର ୧୦ଟା ପରେ ତା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ । ପାଖାପାଖି ରାତି ୧୧ଟା ସମୟରେ ଦୋକାନ ଭିତରୁ ଧୁଆଁ ବାହାରୁଥିବା ଥିବା ଦେଖି ଆଖପାଖ ଦୋକାନୀ ଏକାଠି ହୋଇ ଦୋକାନରେ ନିଆଁ ଲାଗିଥିଲା ଜାଣି ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନର ସମସ୍ତ ସାମଗ୍ରୀ ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଦୋକାନରେ ଥିବା ଏକ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କୁହାଯାଉଛି । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ଭାବରେ ଜଣାପଡିନାହିଁ।
More Stories
RAYAGADA RAINFALL REPORT: 3-10-2025
ରକ୍ତଦାନ ଶିବିର ଅନୁଷ୍ଠିତ ୪୫ୟୁନିଟ ରକ୍ତ ସଂଗ୍ରହ l
ବାଲିଆ ଜୁନିୟର କଲେଜରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ l