ବାଲିଗୁଡ଼ାରୁ ଫିଲିପ କୁମାର ଦିଗାଲ ଙ୍କରିପୋର୍ଟ
ବାଲିଗୁଡ଼ା: ଜଙ୍ଗଲରେ କଲରାପତରିଆ ବାଘ ଶୀକାର କରି ଛାଲ,ନଖ ବାହାରକରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ,ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନବିଭାଗ । ସୂଚନା ପ୍ରକାରେ ବାଦଗଡ଼ ଜଙ୍ଗଲରେ ଜଣେ ବ୍ୟକ୍ତିଙ୍କୁ ବାଘ ଆକ୍ରମଣ କରିଥିବା ଘଟଣା ଗତ ତିନି ତାରିଖରେ ବନବିଭାଗ ଜାଣିବା ପରେ ସମ୍ପୃକ୍ତ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ଏଭଳି ସ୍ଥିତିରେ ଗତକାଲି ବିଳମ୍ବିତ ରାତିରେ ବାଦଗଡ଼ ଜଙ୍ଗଲରେ ବାଦଗଡ଼ ଗ୍ରାମର ୧୧ ଜଣ ବ୍ୟକ୍ତି ଜଙ୍ଗଲରେ ଏକ କଲରା ପତରିଆ ବାଘ ଶୀକାର କରିବା ପରେ ବାଘର ଛାଲ ଏବଂ ନା ବାହାର କରି ମାସଂ ଭାଗ ବାଣ୍ଟିଥିଲେ । ବିଶ୍ବସ୍ତ ସୂତ୍ରରୁ ଖବରପାଇ ବାରବା ଏବଂ ରାଇକିଆ ବନବିଭାଗ ମିଳିତ ଭାବେ ଜଙ୍ଗଲରେ ଚଢ଼ାଉ କରିଥିବାବେଳେ ଘଟଣାସ୍ଥଳରୁ ୧୧ ଜଣ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ । ଆଜି ଫୁଲବାଣୀ ଡିଏଫ୍ଓ ପ୍ରଶାନ୍ତ ପଟେଲ୍ ଓ ଏସଟିଏଫ୍ ଟିମ୍ ରାଇକିଆ ବନାଞ୍ଚଳ କାର୍ଯ୍ୟାଳୟରେ ପହଁଚି ଯାଞ୍ଚ୍ କରିବା ପରେ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରିଛି ବନ ବିଭାଗ ।


More Stories
Odisha Vigilance raids at 6 locations of Additional Chief Engineer Shri Rajesh Chandra Mohanty.
The auditor of the Director of Education’s office was arrested by vigilance
The Odisha Vigilance has arrested the Assistant Director of Bhubaneswar OREDA while accepting a bribe of Rs 10,000.