ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଷ୍ଟେସନରେ ଏକ ମାଲବାହୀ ଟ୍ରେନ ୱାଗନରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଛି। ଯାହାପରେ ଷ୍ଟେସନରେ ଛିଡା ହୋଇଥିବା ଯାତ୍ରୀ ଭୟବିତ୍ତ ହୋଇଥିଲେ
ଆଜି ଅପରାହ୍ନରେ ଭଦ୍ରକରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ ବାଲୁଗାଁ ୨ନଂ ପ୍ଲାଟଫର୍ମରେ ଅଟକି ରହିଥିବା ବେଳେ ଗୋଟିଏ ୱାଗନରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଥିଲା
ଖବର ପାଇ ଘଟଣା ସ୍ଥଳରେ ବାଲୁଗାଁ ଅଗ୍ନିଶମ ବିଭାଗ ପହଞ୍ଚି ଦୀର୍ଘ ସମୟ ଚେଷ୍ଟା ପରେ ଧୂଆଁକୁ ଆୟତ୍ତ କରିଥିଲା। ତେବେ ପରିସ୍ଥିତି ସ୍ୱାଭାବିକ ଥିବାରୁ କୌଣସି ଅଘଟଣ ହୋଇନଥିବା ନଥିବା ଜଣାପଡିଛି l ଏବଂ ଅତ୍ୟନ୍ତ ଗରମ କାରଣରୁ ଏପରି ହୋଇଥାଏ ପାରେ ବୋଲି ବାଲୁଗାଁ ଆରପିଏଫ ସୂଚନା ଦେଇଛନ୍ତି

More Stories
Dr. B. Bipin Bihari Mishra was awarded the Odisha Seva Ratna award.
ବେଗୁନିଆ ତହସିଲଦାର ଅଫିସରେ ଭିଜିଲାନ୍ସ ଚଢ଼ାଉ, ଧରାହେଲା ମହିଳା ଡାଟାଏଣ୍ଟ୍ରି ଅପରେଟର।
ମହିଳାଙ୍କୁ କାର୍ କିଣି ଦେବେ ଓଡ଼ିଶା ସରକାର।