ବାଣପୁର (ଆମ ଓଡ଼ିଶା ଖବର )ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସି ର ଜନସଂଖ୍ୟା ଏବଂ ଆୟତ୍ତନ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ଏହାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି।

ତେବେ ଆଶ୍ଚର୍ଯ୍ୟର କଥା ସହରର ଉନ୍ନତିପାଇଁ ଏନଏସି ପ୍ରଶାସନ ଚିନ୍ତା କରୁଥିବାବେଳେ କିନ୍ତୁ ସହରର ନାଗରିକଙ୍କ ସୁରକ୍ଷା ପ୍ରତି ସତେ ଯେମିତି ଆଖି ବୁଜି ଦେଇଛି। ଆମେ କହୁଛୁ ସହରର ପ୍ରମୁଖ ବ୍ୟସ୍ତବହୁଳ ଅଞ୍ଚଳ ବାଣପୁର ତହସିଲ ରୋଡ଼ କଥା। ଗତ ପାଞ୍ଚମାସ ପୂର୍ବେ ବାଣପୁର ତହସିଲଦାର ଙ୍କ ନିର୍ଦ୍ଦେଶକ୍ରମେ ଏନଏସି ଅଧକ୍ଷ ଙ୍କ ଉପସ୍ଥିତିରେ ସାନକେନାଲ ଠାରୁ ପାଣ୍ଡେରିପଦର ଛକ ପର୍ଯନ୍ତ ପାର୍ଶ୍ୱରେ ଥିବା ପୁରୁଣା ଡ୍ରେନକୁ ଜେସିବି ଲଗାଇ ଖୋଳିଦିଆଯାଇଥିଲା।

ଯାହା ଫଳରେ ଡ୍ରେନ ପାର୍ଶ୍ୱରେ ଥିବା ଜାଭିଅର ସ୍କୁଲ ଓ ବୋହୁ ଦୋକାନ କୁ ଯିବା ଆସିବା ପାଇଁ ଏକମାତ୍ର ରାସ୍ତାଟି ମୁକୁଳା ଡ୍ରେନରେ ପାଲଟିଗଲା। ତେବେ ଏହା ଖୋଳିବାର କାରଣ କଣ ଏଯାବତ ବାରି ହେଉନାହିଁ। ରାସ୍ତା ପାର୍ଶ୍ୱରେ ମୁକୁଳା ଡ୍ରେନ ଥିବାରୁ ପ୍ରତିଦିନ ଏଠାରେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। କିନ୍ତୁ ପ୍ରଶାସନ ନେତାଙ୍କ ନଜର ପଡୁନି। ଡ୍ରେନଟି ପୁନଃରୁଦ୍ଧାର ପାଇଁ ଖୋଳାଯାଇଥିବାର ଏଯାବତ ପାଞ୍ଚ ପଇସାର କାମ ଏଠାରେ ହୋଇନାହିଁ।

ତେବେ ଏଠି ପ୍ରଶ୍ନ ଉଠୁଛି ତରବରିଆ ଭାବେ ଡ୍ରେନକୁ ଜେସିବି ଲଗାଇ ଖୋଳାଗଲା କଣ ପାଇଁ? ରୋଡ଼ ପାର୍ଶ୍ୱ ଖୋଳାଯାଇଥିବାରୁ ଜନସାଧାରଣ ମାନଙ୍କୁ ଦୋକାନ ବଜାରକୁ ଯିବା ପାଇଁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଉକ୍ତ ରାସ୍ତାରେ ଛୋଟ ଶିଶୁ ଏବଂ ବୟସ୍କ ବ୍ୟକ୍ତିମାନେ ଯିବାକୁ ସୁରକ୍ଷିତ ମଣୁନାହାନ୍ତି। ରାସ୍ତା ପାର୍ଶ୍ୱକୁ ସମତୁଲ ମଧ୍ୟ କରିବାକୁ ଭୁଲିଯାଇଛି ପ୍ରଶାସନ। ଏପରିକି କିଛିଦିନ ତଳେ ଜଣେ ବ୍ୟକ୍ତି ଉକ୍ତ ମୁକୁଳା ଡ୍ରେନରେ ପଡିଯାଇ କ୍ଷତବିକ୍ଷତ ହୋଇଥିବାର ଅଭିଯୋଗ ହୋଇଛି। ତେବେ ଏତେସବୁ ଘଟିଲା ପରେ ବି ପ୍ରଶାସନ ଚୁପ ରହିବା ସାଧାରଣରେ ଅସନ୍ତୋଷ ପ୍ରକାଶ ପlଇଛି l
ବାଧ୍ୟହୋଇ ଦୋକାନି ଓ ସ୍ଥାନୀୟ ଜନ ସାଧାରଣ ତଥା ବାଣପୁର ଏନଏସି କଂଗ୍ରେସ ସଭାପତି ବିଜୟ କୁମାର ରଥ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ତଥା ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରଦୀପ କୁମାର ସ୍ୱାଇଁ ଗଣମାଧ୍ୟମ ଆଗରେ କହିଛନ୍ତି ଜଦି ପନ୍ଦର ଦିନ ମଧ୍ୟରେ ଡ୍ରେନକାମ ଆରମ୍ଭ କରାନଯାଏ ତେବେ ଆମ୍ବେ ବାଣପୁର ତହସିଲ ରୋଡ଼ ଅବରୋଧ କରିବାପାଇଁ ବାଧ୍ୟ୍ୟହେବୁ l


More Stories
ବ୍ରାଉନସୁଗାର ମାମଲାରେ ମାନସ ସାହୁକୁ ହେଲା ୧୦ ବର୍ଷ ଜେଲ୍,ଏକଲକ୍ଷ ଜରିମାନା।
Odisha Vigilance catches an employee of Angul district in embezzlement of Rs 2.38 crore, searches have been launched at 5 locations.
ଜାତୀୟ ସ୍ତରୀୟ ବଡ଼ି ବିଲଡିଂ ପ୍ରତିଯୋଗିତାରେ ସଫଳତା ପାଇଲେ ଓମ ପ୍ରସାଦ