ବୌଦ୍ଧ ( ଚିତ୍ତରଞ୍ଜନ ସିଂହ )
ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବୁଧବାର ଦିନ ବେଆଇନ ଲିଙ୍ଗ ନିରୂପଣ ରୋକିବା ସମ୍ପର୍କିତ ଜିଲ୍ଲା ଉପଦେଷ୍ଟା କମିଟି ର ବୈଠକ ଅନୁଷ୍ଠିତ ହୋଇଛି l ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ନେଇ ଗ୍ରହଣ କରାଯାଇଥିବା ବବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ । ଜିଲ୍ଲାରେ ଥିବା ବେସରକାରୀ ଅଲଟ୍ରାସାଉଣ୍ଡ କେନ୍ଦ୍ର ଗୁଡିକୁ ନିୟମିତ ଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ l ଏହା ବ୍ୟତୀତ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଯୋଗାଇ ଦିଆଯାଉଥିବା ମାଗଣା ଅଲଟ୍ରାସାଉଣ୍ଡ ସେବା କୁ ଅଧିକ କ୍ରିୟାଶୀଳ କରିବାକୁ ବଇଠାରେ ନିଷ୍ପତି ହୋଇଥିଲା । ପୁରୁଷ ତୁଳନାରେ ଝିଅଙ୍କ ସଂଖ୍ୟା କମିବାରେ ଲାଗିଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ର, ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଜିଲ୍ଲା ଚିକିତ୍ସା ମୁଖ୍ୟ ଡାକ୍ତର ସଂଘମିତ୍ରା ପଣ୍ଡା ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ସମ୍ପର୍କିତ ଜିଲ୍ଲା ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ l


More Stories
హైదరాబాద్ మహిళా ఐపీఎస్ బడుగుల సుమతి, యావత్ దేశ పోలీసులకు ఒక గొప్ప మంత్రాన్ని అందించారు.
ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍: ମାଷ୍ଟରମାଇଣ୍ଡ ପୁଣେର ଜୀବବିଜ୍ଞାନ ଅଧ୍ୟାପିକା ମନୀଷା ମନ୍ଧାରେ ଗିରଫ।
ସିବିଆଇ ପଞ୍ଝାରେ ନିଟ ପ୍ରଶ୍ନପତ୍ର ଲିକ୍ର କିଙ୍ଗପିନ ପ୍ରଫେସର କୁଲକର୍ଣ୍ଣି