ବୌଦ୍ଧ (ଚିତ୍ତରଞ୍ଜନ ସିଂହ)
ବୌଦ୍ଧ,,: ହରଭଙ୍ଗା ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସତ୍ୟନାରାୟଣ ମିଶ୍ରଙ୍କୁ ତିନି ଦଫା ସମ୍ବଳିତଦାବିପତ୍ର ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀ,ମୁଖ୍ୟ ଶାସନ ସଚିବ,,ସଚିବ ଗଣଶିକ୍ଷା ବିଭାଗ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ.ବ୍ଲକ ମିଳିତ ଶିକ୍ଷକ ସଂଘ ସଭାପତି ଶ୍ରୀ କୁମୁଦ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ NPS ସଭାପତି ଶ୍ରୀ ରଜତ କୁମାର ନାୟକ,ସାଧାରଣ ସମ୍ପାଦକ ଶ୍ରୀ ବାମଦେବ ଦାଶ,,କାର୍ଯ୍ୟକାରୀ ସଭାପତି ଶ୍ରୀ ଅଜୟ କୁମାର ମିଶ୍ର,,Ex cadre ପ୍ରାଥମିକ ଶିକ୍ଷକ ସଂଘ,ସମ୍ପାଦକ ଶ୍ରୀ ରାଜକିଶୋର ପୃଷ୍ଟି ତଥା ,, ଶିକ୍ଷକ ନେତା ସତ୍ୟନାରାୟଣ ନାୟକ,ସଞ୍ଜୟ କୁମାର ଦେହୁରୀ,, ଅଶେଷ ପ୍ରଧାନ,,ଦିଲୀପ ମହାନ୍ତି,,ସୁବାଷ ଚନ୍ଦ୍ର ପ୍ରଧାନ, ପ୍ରମୋଦ ପାଣିଗ୍ରାହୀ,, ଅନିଲ କର୍ମୀ, କୈଳାଶ ଚନ୍ଦ୍ର ବେହେରା ସମେତ ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ସାମିଲ ହୋଇ ଥିଲେ,, ପ୍ରକାଶ ଥାଉକି ନିମ୍ନଲିଖିତ ଦାବି ସମୂହକୁ ବିଚାରକୁ ନେଇ ଦାବି ପୂରଣ କରିବା ଦିଗରେ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି,,ନଚେତ୍ ଆସନ୍ତା ଅଗଷ୍ଟ ମାସ ୧୬ ତାରିଖରୁ ହରଭଙ୍ଗା ବ୍ଲକରେ କାର୍ଯ୍ୟରତ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହେବାକୁ ବାଧ୍ୟ ହେବେ ବୋଲି ଜଣାଇଛନ୍ତି..

ଦାବୀସମୂହ: -ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ସହିତ ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନୋସନାଲ ଇନକ୍ରୀମେଣ୍ଟ୍ ପ୍ରଦାନ କରି ମୂଳ ଚାକିରୀ ରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ କ୍ୟାଡର ଭୁକ୍ତ କରିବା, କଳା ଓ କ୍ରୀଡା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯାଉ। ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ( ମୂଳ ବେତନ ଲେଭେଲ୍ ୯ ଗ୍ରେଡପେ ୪୨୦୦ ଅନୁଯାୟୀ ) ପ୍ରଦାନ କରାଯାଉ ।ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ କରାଯାଉ ।


More Stories
ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ଆରମ୍ଭ l
Dr. Sumant Kumar Patel, the officer of the Kaniha Health Center in Angul district, was caught by the vigilance while accepting a bribe of Rs. 49,000.
ଧାନେଶ୍ଵରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷ ଓ କଳ୍କୀ ଅବତାରଙ୍କ ବ୍ରହ୍ମଏକାକ୍ଷର ମେଳା ଅନୁଷ୍ଠିତ